Posted inଖେଳ

ଦ୍ୱିତୀୟ ସ୍ଥାନରେ ପହଞ୍ଚିଲା ଗୁଜରାଟ

ଅହମଦାବାଦ,୨ା୫: ଶୁବମନ ଗିଲ୍‌, ସାଇ ସୁଦର୍ଶନ ଓ ଜୋଟ ବଟଲରଙ୍କ ବିସ୍ପୋରକ ବ୍ୟାଟିଂ ବଳରେ ଗୁଜରାଟ ଟାଇଟନ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଶୁକ୍ରବାର ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆରଏଚ୍‌)କୁ ୩୮ ରନରେ ପରାସ୍ତ କରିଛି। ଗୁଜରାଟ ଦ୍ୱାରା ଧାର୍ଯ୍ୟ ୨୨୫ ରନର ବିଜୟ ଲକ୍ଷ୍ୟକୁ ପିଛା କରି ହାଇଦ୍ରାବାଦ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ ବିନିମୟରେ ୧୮୬ ରନ କରିପାରିଥିଲା। ଦଳ ପକ୍ଷରୁ ଅଭିଷେକ ଶର୍ମା ସର୍ବାଧିକ ୭୪ ରନ ( ୪୧ ବଲ୍‌, ୪ ଚୌକା, ୬ ଛକା) କରିଥିଲେ। ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ କ୍ରିଜ୍‌ରେ ଅଧିକ ସମୟ ତିଷ୍ଠି ପାରି ନ ଥିଲେ। ବିଜୟୀ ଦଳର ପ୍ରସିଦ୍ଧ କ୍ରିଷ୍ଣା ଓ ମହମ୍ମଦ ସିରାଜ ଦୁଇଟି ଲେଖାଏଁ ଉଇକେଟ ହାସଲ କରିଥିଲେ। ଶୁକ୍ରବାର ଏହି ବିଜୟ ଦ୍ୱାରା ଗୁଜରାଟ ୧୦ଟି ମ୍ୟାଚରୁ ୭ ବିଜୟ ୩ ପରାଜୟ ସହ ୧୪ ପଏଣ୍ଟ ହାସଲ କରି ପଏଣ୍ଟ ଟେବୁଲରେ ମୁମ୍ବାଇ ଇଣ୍ଡିଆନ୍ସ ତଳକୁ ଦ୍ୱିତୀୟ ସ୍ଥାନ ଅଧିକାର କରି ନେଇଛି। ଅନ୍ୟପକ୍ଷରେ ହାଇଦ୍ରାବାଦ ପୂର୍ବଭଳି ୯ମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri