Posted inଜାତୀୟ

ହୀରା ଅଳଙ୍କାର ପ୍ରିୟ ଗୁଜରାଟ ମୁଖ୍ୟମନ୍ତ୍ରୀ: ପାଖରେ ଅଛି ଏତିକି ସମ୍ପତ୍ତି

ଅହମ୍ମଦାବାଦ୍‌,୧୨।୧୨: ଦ୍ୱିତୀୟ ଥର ଗୁଜରାଟର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଭୂପେନ୍ଦ୍ର ପଟେଲ। ରେକର୍ଡ ଭୋଟରେ ଜିତିଥିବା ଭୂପେନ୍ଦ୍ର ଭାଜପାର ଆଗଧାଡିର ନେତାଙ୍କ ମଧ୍ୟରେ ଜଣାଶୁଣା। ୧୫ ଜୁଲାଇ ୧୯୬୨ରେ ଅହମ୍ମଦାବାଦରେ ଜନ୍ମ ହୋଇଥିବା ବୃତ୍ତି ଅନୁଯାୟୀ ସେ ସିଭିଲ ଇଞ୍ଜିନିୟର ତଥା ବିଲଡର ଭାବରେ କାର୍ଯ୍ୟ କରିଛନ୍ତି। ତାଙ୍କ ପିତାଙ୍କ ନାମ ରଜନୀକାନ୍ତ ପଟେଲ। ମୁଖ୍ୟମନ୍ତ୍ରୀ ହେବା ପୂର୍ବରୁ ସେ ଅହମ୍ମଦାବାଦ ନଗର ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷ ରହିସାରିଛନ୍ତି।
ଭୂପେନ୍ଦ୍ର ଅହମ୍ମଦାବାଦର ଜେବି ଶାହା ଜ୍ୟୋତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ  ପ୍ରାରମ୍ଭିକ ଅଧ୍ୟୟନ କରିଥିଲେ। ୧୯୮୨ରେ ଅହମ୍ମଦାବାଦ ସରକାରୀ ପଲିଟେକ୍‌ନିକ ଠାରୁ ସିଭିଲ ଇଞ୍ଜିନିୟରିଂରେ ଡିପ୍ଲୋମା ହାସଲ କରିଥିଲେ। ୧୯୯୫ରେ ରାଷ୍ଟ୍ରିୟ ସ୍ବୟଂ ସେବକ ସଂଗଠନ (ଆରଏସଏସ)ରେ ସକ୍ରିୟ ଥିବା ଭୁପେନ୍ଦ୍ର ରାଜନୀତିରେ ଯୋଗ ଦେଇଥିଲେ। ୧୯୯୯ରେ ସେ ମେମନଗର ପୌରପାଳିକାର ସଭାପତି ଭାବରେ ନିର୍ବାଚିତ ହୋଇଥିଲେ। ତା’ପରେ ୨୦୦୮ ରୁ ୨୦୧୦ ପର୍ଯ୍ୟନ୍ତ ସେ ଅହମ୍ମଦାବାଦ ମ୍ୟୁନିସିପାଲିଟି କର୍ପୋରେସନର ଉପାଧ୍ୟକ୍ଷ ମଧ୍ୟ ଥିଲେ।
ଭୁପେନ୍ଦ୍ର ପଟେଲ ମୋଟ ୮,୨୨,୮୦,୬୮୮  ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କର ମୋଟ ୩,୬୩,୪୦,୬୮୮ ସ୍ଥାବର ଏବଂ ୪,୫୯,୪୦,୦୦୦ ଅସ୍ଥାବର ସମ୍ପତ୍ତି ରହିଛି। ନିର୍ବାଚନ ଆଫିଡେଭିଟ୍‌ରେ ଭୂପେନ୍ଦ୍ର ତାଙ୍କ ଆୟର ଉତ୍ସକୁ ବେତନ, ଭଡା ଏବଂ ଅନ୍ୟାନ୍ୟ ଆୟ ବୋଲି ଉଲ୍ଲେଖ କରିଛନ୍ତି। ତାଙ୍କ ନାଁାରେ ଗୋଟିଏ ଆକ୍ଟିଭା ସ୍କୁଟର ରହିଛି।
ଭୂପେନ୍ଦ୍ରଙ୍କ ସ୍ତ୍ରୀ ଅଳଙ୍କାରକୁ ବହୁତ ଭଲ ପାଆନ୍ତି। ତାଙ୍କ ପାଖରେ ୪ କିଲୋଗ୍ରାମରୁ ଅଧିକ ସୁନା ଓ ରୂପା ଅଳଙ୍କାର ଅଛି।  ସେହିଭଳି ଭୂପେନ୍ଦ୍ରଙ୍କ ପାଖରେ ୨୫ ଲକ୍ଷ ଟଙ୍କା ମୂଲ୍ୟର ହୀରା ଅଳଙ୍କାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?