Posted inଜାତୀୟ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରୂପାନି

ଗାନ୍ଧୀନଗର,୧୧ ।୯: ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନି ମୁଖ୍ୟମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଛନ୍ତି । ଗୁଜରାଟରେ ଆଗକୁ ବିଧାନସଭା ନିର୍ବାଚନ ଥିବା ବେଳେ ରୂପାନି ହଠାତ୍ ଇସ୍ତଫା ଦେବା ସମସ୍ତଙ୍କୁ ଚକିତ କରିଛି । ହେଲେ ସେ କେଉଁ କାରଣ ପାଇଁ ଇସ୍ତଫା ଦେଇଛନ୍ତି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନାଯୋଗ୍ୟ, ଶନିବାର ଦ୍ୱିପ୍ରହରରେ ରୂପାନି ରାଜ୍ୟପାଳଙ୍କୁ ଭେଟି ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ଏହାର କିଛି ଘଣ୍ଟା ପୂର୍ବରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ବେଳେ ହଠାତ୍ ଇସ୍ତଫା ଦେବା ସମସ୍ତଙ୍କୁ ଚମକାଇ ଦେଇଛି । କୁହାଯାଉଛି କି ବିହାର ବିଧାନସଭା ନିର୍ବାଚନକୁ ନେଇ ଏହି ବଡ ଅଦଳବଦଳ ହୋଇଛି । ଭାରତୀୟ ଜନତା ପାର୍ଟି(ଭାଜପା) ଏମିତି ଏକ ଚେହେରାକୁ ଦାୟିତ୍ୱ ଦେବାକୁ ଚାହୁଁଛି ଯାହାର ପ୍ରଶାସନିକ ଜ୍ଞାନ ସହ ସଙ୍ଗଠନ ଉପରେ ମଧ୍ୟ ଦକ୍ଷତା ଥିବ । ଇସ୍ତଫା ଦେବା ପରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି । ଗୁଜରାଟ ବିଧାନଭସାକୁ ଆଉ ବର୍ଷେ ବି ସମୟ ବାକି ନ ଥିବା ବେଳେ ରୂପାନିଙ୍କ ଇସ୍ତଫାକୁ ଭାଜପାର ବୁଝି ବିଚାରି ପଦକ୍ଷେପ ବୋଲି ଆଲୋଚନା ହେଉଛି । ଭାଜପା ତାଙ୍କୁ ମୁଖ୍ୟମନ୍ତ୍ରୀ ଭଳି ଏକ ଗୁରୁଦାୟିତ୍ୱ ଦେଇଥିବାରୁ ସେ ଦଳର ସମସ୍ତ କର୍ମୀ ଓ ନେତାଙ୍କୁ ଧନ୍ୟବାଦ ଦେଇଥିଲେ । ସେ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ମୋଦିଙ୍କ ମାର୍ଗ ଦର୍ଶନ ପାଇଥିବାରୁ ସେ ନିଜକୁ ଭାଗ୍ୟବାନ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ଗଣମାଧ୍ୟମରେ ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ, କହିଲେ ଏଥର…

ଭୁବନେଶ୍ୱର, ୧୦।୫: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ...

କେଜରିଓ୍ବାଲଙ୍କୁ ଜାମିନ ମିଳିବା ନେଇ ଶାହାଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ମିଳିଛି ଜାମିନ। ଦିଲ୍ଲୀ ଅବକାରୀ ଦୂର୍ନୀତି ମାମଲାରେ କେଜରିଓ୍ବାଲଙ୍କୁ ସୁପ୍ରିମକୋର୍ଟରୁ ଆନ୍ତରୀଣ ଜାମିନ ମିଳିଛି। ତେବେ ଏହାକୁ ନେଇ...

ଜେଲ୍‌ରୁ ବାହାରିବା ପରେ କେଜରିଓ୍ବାଲଙ୍କ ଆସିଲା ପ୍ରଥମ ପ୍ରତିକ୍ରିୟା, କହିଲେ…

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ଅବକାରୀ ଦୂର୍ନୀତି ମାମଲାରେ ଦିଲ୍ଲୀ ସିଏମ ଅରବିନ୍ଦ କେଜରିୱାଲଙ୍କୁ ଶେଷରେ ଜାମିନ ମିଳିଛି। ତାଙ୍କୁ ଜୁନ ୨ ପର୍ଯ୍ୟନ୍ତ ସୁପ୍ରିମକୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ...

ବ୍ରିଜଭୂଷଣ ସିଂହଙ୍କୁ ଝଟ୍‌କା, ଚାର୍ଜଫ୍ରେମ କଲେ କୋର୍ଟ

ନୂଆଦିଲ୍ଲୀ,୧୦।୫: ବଢିଲା ବିଜେପି ଭାଜପା ଏମପି ତଥା କୁସ୍ତି ମହାସଂଘର ପୂର୍ବତନ ସଭାପତି ବ୍ରିଜଭୂଷଣ ଶରଣ ସିଂହଙ୍କ ଅଡୁଆ। ଶୁକ୍ରବାର ଯୌନ ନିର୍ଯାତନା ମାମଲାରେ ଦିଲ୍ଲୀର...

ଛତିଶଗଡରେ ବଡ଼ ଏନକାଉଣ୍ଟର, ୮ ମାଓବାଦୀ ନିହତ

ବିଜାପୁର,୧୦।୫: ଛତିଶଗଡ ବିଜାପୁରରେ ବଡ଼ ଏନକାଉଣ୍ଟର । ଯବାନଙ୍କ ଗୁଳିରେ ନିହତ ହୋଇଛନ୍ତି ୮ ମାଓବାଦୀ । ଦାର୍ଘ ୧୧ଘଣ୍ଟା ଧରି ଏହି ଏନକାଉଣ୍ଟର ଚାଲିଥିଲା...

ପ୍ରଧାନମନ୍ତ୍ରୀଙ୍କୁ ଜିତାଇବା ଲାଗି ମୋଦି-ଯୋଗୀଙ୍କ ନାମର ମେହେନ୍ଦୀ ଲଗାଇଲେ ମୁସଲମାନ ମହିଳା, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୫: ଲୋକ ସଭା ନିର୍ବାଚନ ୨୦୨୪ର ୩ ପର୍ଯ୍ୟାୟ ଶେଷ ହୋଇଛି। ଏସବୁ ମଧ୍ୟରେ ଚତୁର୍ଥ ପର୍ଯ୍ୟାୟକୁ ନେଇ ଦଳଗୁଡ଼ିକ ପକ୍ଷରୁ ଜୋରଦାର ନିର୍ବାଚନୀ ପ୍ରଚାର...

ସଚିବାଳୟ, ମୁଖ୍ୟମନ୍ତ୍ରୀଙ୍କ ଅଫିସ ଯାଇପାରିବେନି କେଜରିଓ୍ବାଲ, ରହିଛି ଅନେକ ସର୍ତ୍ତ

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିବା ସହିତ ସୁପ୍ରିମକୋର୍ଟ ଅନେକ କଡା ସର୍ତ୍ତ ରଖିଛନ୍ତି। କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ...

ପୋଟଳି ନେଇ କଲେକ୍ଟରଙ୍କ ଅଫିସ ପହଞ୍ଚିଲେ ବିଧାୟକ, ଖୋଲିବା ପରେ ସମସ୍ତେ ହେଲେ ଆଶ୍ଚର୍ଯ୍ୟ

ବାରାଣସୀ,୧୦।୫: ବାରାଣାସୀ ଲୋକ ସଭା ଆସନରେ ଏକ ଅଜବ ଚିତ୍ର ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ସ୍ବାଧୀନ ପ୍ରାର୍ଥୀ କଏନ ନେଇ ନାମାଙ୍କନ ଫର୍ମ ଫି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri