Posted inଜାତୀୟ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରୂପାନି

ଗାନ୍ଧୀନଗର,୧୧ ।୯: ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନି ମୁଖ୍ୟମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଛନ୍ତି । ଗୁଜରାଟରେ ଆଗକୁ ବିଧାନସଭା ନିର୍ବାଚନ ଥିବା ବେଳେ ରୂପାନି ହଠାତ୍ ଇସ୍ତଫା ଦେବା ସମସ୍ତଙ୍କୁ ଚକିତ କରିଛି । ହେଲେ ସେ କେଉଁ କାରଣ ପାଇଁ ଇସ୍ତଫା ଦେଇଛନ୍ତି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନାଯୋଗ୍ୟ, ଶନିବାର ଦ୍ୱିପ୍ରହରରେ ରୂପାନି ରାଜ୍ୟପାଳଙ୍କୁ ଭେଟି ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ଏହାର କିଛି ଘଣ୍ଟା ପୂର୍ବରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ବେଳେ ହଠାତ୍ ଇସ୍ତଫା ଦେବା ସମସ୍ତଙ୍କୁ ଚମକାଇ ଦେଇଛି । କୁହାଯାଉଛି କି ବିହାର ବିଧାନସଭା ନିର୍ବାଚନକୁ ନେଇ ଏହି ବଡ ଅଦଳବଦଳ ହୋଇଛି । ଭାରତୀୟ ଜନତା ପାର୍ଟି(ଭାଜପା) ଏମିତି ଏକ ଚେହେରାକୁ ଦାୟିତ୍ୱ ଦେବାକୁ ଚାହୁଁଛି ଯାହାର ପ୍ରଶାସନିକ ଜ୍ଞାନ ସହ ସଙ୍ଗଠନ ଉପରେ ମଧ୍ୟ ଦକ୍ଷତା ଥିବ । ଇସ୍ତଫା ଦେବା ପରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି । ଗୁଜରାଟ ବିଧାନଭସାକୁ ଆଉ ବର୍ଷେ ବି ସମୟ ବାକି ନ ଥିବା ବେଳେ ରୂପାନିଙ୍କ ଇସ୍ତଫାକୁ ଭାଜପାର ବୁଝି ବିଚାରି ପଦକ୍ଷେପ ବୋଲି ଆଲୋଚନା ହେଉଛି । ଭାଜପା ତାଙ୍କୁ ମୁଖ୍ୟମନ୍ତ୍ରୀ ଭଳି ଏକ ଗୁରୁଦାୟିତ୍ୱ ଦେଇଥିବାରୁ ସେ ଦଳର ସମସ୍ତ କର୍ମୀ ଓ ନେତାଙ୍କୁ ଧନ୍ୟବାଦ ଦେଇଥିଲେ । ସେ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ମୋଦିଙ୍କ ମାର୍ଗ ଦର୍ଶନ ପାଇଥିବାରୁ ସେ ନିଜକୁ ଭାଗ୍ୟବାନ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri