Posted inଜାତୀୟ

ମୋଦିଙ୍କ ଗସ୍ତ ପୂର୍ବରୁ ଗୁଜରାଟରେ ହିଂସାକାଣ୍ଡ: ୧୫ ଗିରଫ

ଅହମଦାବାଦ,୧୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପୂର୍ବରୁ ରବିବାର ରାତିରେ ଗୁଜରାଟର ବଡୋଦରାରେ ହିଂସାକାଣ୍ଡ ଘଟିଛି। ରାୱପୁରା ଟାୱାର ଅଞ୍ଚଳରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଏପରି କି ୨ ଗୋଷ୍ଠୀ ପରସ୍ପର ଉପରକୁ ପଥର ମାଡ଼ କରିଥିଲେ। ଏଥିରେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ପୋଲିସ ହିଂସାକାଣ୍ଡରେ ସମ୍ପୃକ୍ତ ୧୫ ଜଣଙ୍କୁ ଗିରଫ କରିଛି।

ହିଂସାକାଣ୍ଡ ବେଳେ ଏକ ମନ୍ଦିର ମୂର୍ତ୍ତିକୁ ଭଙ୍ଗାରୁଜା କରାଯାଇଥିବା ମଧ୍ୟ ଜଣାପଡ଼ିଛି। ଏନେଇ ଅଞ୍ଚଳରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଛି। ସୂଚନାଯୋଗ୍ୟ, ୨ ବାଇକ୍‌ ମଧ୍ୟରେ ଧକ୍କାହେବାରୁ ଏହାକୁ ନେଇ ଯୁକ୍ତିତର୍କ ହୋଇଥିଲା। ପରେ ଘଟଣା ଉଗ୍ରରୂପ ନେଇ ୨ ଗୋଷ୍ଠୀ ମଧ୍ୟରେ ହିଂସାକାଣ୍ଡ ଘଟିଥିଲା। ୧୦୦ରୁ ଊର୍ଦ୍ଧ୍ୱ ଗାଡ଼ି ଭଙ୍ଗାରୁଜା କରାଯାଇଛି। ଘଟଣା ପରେ ପୋଲିସ ଅଞ୍ଚଳକୁ ସିଲ୍‌ କରିଦେଇଛି।

ରାୱପୁର ଗୋଷ୍ଠୀ ସଂଘର୍ଷରେ କେତେଜଣ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି। କୌଣସି ପ୍ରକାର ଗୁଜବକୁ ଜନସାଧାରଣଙ୍କୁ ବିଶ୍ୱାସ ନ କରିବାକୁ ବଡୋଦରା ପୋଲିସ କମିଶନର କହିଛନ୍ତି।

ଏହାପୂର୍ବରୁ ରାମନବମୀ ଶୋଭାଯାତ୍ରାରେ ଗୁଜରାଟର ହିମତନଗର ଏବଂ ଖମ୍ବତ ସହରରେ ଦୁଇ ସମ୍ପ୍ରଦାୟ ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୋମବାରଠାରୁ ୩ ଦିନିଆ ଗୁଜରାଟ ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ମୋଦି ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଏପରି କି ମୋଦିଙ୍କ ସହ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ମୁଖ୍ୟ ଡ. ଟେଡ୍ରୋସ ଘେବ୍ରେଏସ୍‌ ମଧ୍ୟ ଗୁଜରାଟ ଆସିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri