Posted inଜାତୀୟ

ଗୁଜରାଟ କ୍ୟାବିନେଟର ସମ୍ପ୍ରସାରଣ: କାନୁଭାଇଙ୍କୁ ଅର୍ଥ, ହର୍ଷ ସାଙ୍ଗଭିିଙ୍କୁ ମିଳିଲା ଗୃହ ମନ୍ତ୍ରଣାଳୟ

ଅହମ୍ମଦାବାଦ,୧୨।୧୨: ଗୁଜୁରାଟରେ ଭାଜପାର ଐତିହାସିକ ବିଜୟ ପରେ ସୋମବାର ଭୂପେନ୍ଦ୍ର ପଟେଲ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଗାନ୍ଧି ନଗରର ହେଲିପ୍ୟାଡ ଗ୍ରାଉଣ୍ଡରେ ରାଜ୍ୟର ୧୮ତମ ମୁଖ୍ୟମନ୍ତ୍ରୀ ଭାବେ ସେ ଶପଥ ଗ୍ରହଣ କରିଥିଲେ। ଭୂପେନ୍ଦ୍ରଙ୍କ ସହ ୧୬ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଥିଲେ। ଇତିମଧ୍ୟରେ ସୋମବାର ସନ୍ଧ୍ୟାରେ ଗୁଜରାଟ କ୍ୟାବିନେଟର ସମ୍ପ୍ରସାରଣ ହୋଇଛି। କ୍ୟାବିନେଟ ସମ୍ପ୍ରସାରଣରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଭାଗ ହର୍ଷ ସାଙ୍ଗଭିଙ୍କୁ ମିଳିଛି। ତାଙ୍କୁ ଗୃହ ମନ୍ତ୍ରଣାଳୟର ସ୍ବାଧୀନ ଦାୟିତ୍ୱ ଦିଆଯାଇଛି। ଏଥିସହ ସାଙ୍ଗଭିଙ୍କୁ କ୍ରୀଡ଼ା ଏବଂ ଯୁବ ମନ୍ତ୍ରଣାଳୟ ମଧ୍ୟ ଦିଆଯାଇଛି। ସେହିପରି ସିଭିଲ ଯୋଗାଣ, ପିଡବ୍ଲ୍ୟୁଡି ଏବଂ ରାଜସ୍ବ ଆଦି ୧୬ଟି ବିଭାଗ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ନିଜେ ରଖିଛନ୍ତି। ସେହିଭଳି କ୍ୟାବିନେଟ ମନ୍ତ୍ରୀ କାନୁଭାଇ ମୋହନଭାଇ ଦେଶାଇଙ୍କୁ ଅର୍ଥ, ଶକ୍ତି ଏବଂ ପେଟ୍ରୋକେମିକାଲ୍ସ ବିଭାଗଏବଂ ଋଷିକେଶ ପଟେଲଙ୍କୁ ସ୍ବାସ୍ଥ୍ୟ, ପରିବାର କଲ୍ୟାଣ ଓ ଚିକିତ୍ସା ଶିକ୍ଷା, ଉଚ୍ଚ ଏବଂ ବୈଷୟିକ ଶିକ୍ଷା, ଆଇନ, ନ୍ୟାୟପାଳିକା, ବିଧାନସଭା ଏବଂ ସଂସଦୀୟ କାର୍ଯ୍ୟ ଭାର ଦିଆଯାଇଛି। ଅନ୍ୟପଟେ ସାଧାରଣ ପ୍ରଶାସନ, ପ୍ରଶାସନିକ ସଂସ୍କାର, ତାଲିମ ଏବଂ ଯୋଜନା, ଗୃହ ଏବଂ ପୋଲିସ ଗୃହ, ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା, ସହରାଞ୍ଚଳ ବିକାଶ, ଖଣି ଏବଂ ଖଣିଜ ପଦାର୍ଥ ଭଳି ଅନେକ ବିଭାଗର ଏପର୍ଯ୍ୟନ୍ତ ବଣ୍ଟନ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri