Posted inଜାତୀୟ

ଭାଷଣ ବେଳେ ଚେତାଶୂନ୍ୟ ହୋଇ ପଡ଼ିଗଲେ ଗୁଜରାଟ ମୁଖ୍ୟମନ୍ତ୍ରୀ ରୂପାନି

ବଦୋଦରା, ୧୪।୨ : ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନି ବଦୋଦରାର ନିଜାମପୂରା ସ୍ଥିତ ମେହସାନାନଗରରେ ରବିବାର ସନ୍ଧ୍ୟାରେ ଏକ ଜନ ସମାବେଶକୁ ସମ୍ବୋଧିତ କଲା ବେଳେ ଚେତାଶୂନ୍ୟ ହୋଇପଡ଼ଥିଲେ। ଆସନ୍ତା ୨୧ ତାରିଖରେ ଏହି ରାଜ୍ୟରେ ହେବାକୁ ଯାଉଛି ମ୍ୟୁନିସିପାଲଟି ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ତାର୍ସାଲି ଓ କରେଲିବାଗ ପରେ ମେହସାନାନଗର ନିର୍ବାଚନ ରାଲି ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ରୂପାନି।

ଭାଷଣା ଦେଉଥିବାବେଳେ ରୂପାନି ଚେତା ହରାଇ ତଳେ ପଡ଼ି ଯାଇଥିଲେ। ତାଙ୍କୁ ଧରିବାକୁ ବିଫଳ ଉଦ୍ୟମ କରିଥିଲେ ପଛରେ ଛିଡ଼ା ହୋଇଥିବା ତାଙ୍କ ସୁରକ୍ଷାକର୍ମୀ। ମୁଖ୍ୟମନ୍ତ୍ରୀ ରୂପାନି ପଡ଼ିଯିବା ପରେ ସାହାଯ୍ୟ ପାଇଁ ଦୌଡ଼ି ଆସିଥିଲେ ମଞ୍ଚ ଉପରେ ଥିବା ଅନ୍ୟ ନେତା। ” ବଦୋଦରାରେ ପ୍ରଚାରବେଳେ ମୁଖ୍ୟମନ୍ତ୍ରୀ ଅସୁସ୍ଥତା କାରଣରୁ ତଳେ ପଡ଼ିଯାଇଛନ୍ତି। ସେ ଏବେ ସୁସ୍ଥ ଅଛନ୍ତି। ଅତ୍ୟନ୍ତ ଥକି ପଡ଼ିବାରୁ ଏଭଳି ହୋଇଥାଇପାରେ। ଡାକ୍ତରମାନେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରୁଛନ୍ତି। ତେବେ ଚିନ୍ତା କରିବାର କିଛି କାରଣ ନାହିଁ “ ବୋଲି ଉପ ମୁଖ୍ୟମନ୍ତ୍ରୀ ନୀତିନ ପଟେଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri