Posted inଜାତୀୟ

ଗୁଜରାଟ କଂଗ୍ରେସ ନେତାଙ୍କୁ ଉପଦେଶ: ‘ମୋଦି ବନାମ କଂଗ୍ରେସ’ ନ ହେଉ ନିର୍ବାଚନ

ନୂଆଦିଲ୍ଲୀ,୫ ।୭: ଗତ ନିର୍ବାଚନରେ ପରାଜୟ ସ୍ୱୀକାର କରିଥିବା କଂଗ୍ରେସର ଶୀର୍ଷ ନେତୃତ୍ୱ ଦଳର ଗୁଜରାଟ ୟୁନିଟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବ୍ୟକ୍ତିଗତ ଟିପ୍ପଣିଠାରୁ ଦୂରେଇ ରହିବାକୁ କହିଛି । ଏହାସହ ଦଳ ମୁଖିଆ କହିଛନ୍ତି ଚଳିତ ବର୍ଷ ଶେଷକୁ ହେବାକୁ ଥିବା ବିଧାନସଭା ନିର୍ବାଚନରେ ‘ମୋଦି ବନାମ କଂଗ୍ରେସ’ ଲଢେଇ ହେବା ଅନୁଚିତ ।
ନ୍ୟୁଜ ଏଜେନ୍ସି ଏଏନଆଇର ସୂଚନା ଅନୁଯାୟୀ, ୨୦୨୪ର ଲୋକ ସଭା ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବାକୁ କଂଗ୍ରେସ ଟାସ୍କ ଫୋର୍ସ ଏକ ବୈଠକ ଡାକିଥିଲା । ଏଥିରେ ଗୁଜରାଟ ବିଧାନସଭା ନିର୍ବାଚନର ରଣନୀତି ଉପରେ ଚର୍ଚ୍ଚା କରିବାକୁ ସୋମବାର ଗୁଜାଟର ଦଳୀୟ ନେତାଙ୍କ ସହ ବୈଠକ ହୋଇଥିଲା । ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ କଂଗ୍ରେସର ୱାର ରୁମରେ ହୋଇଥିବା ଏହି ବୈଠକରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା, କେସି ବେଣୁଗୋପାଳ, ପି ଚିଦାମ୍ବରମ, ରଣଦୀପ ସୁରଜେୱାଲା, ଅଜୟ ମାକନ, ଜୟରାମ ରମେଶ, ମୁକୁଳ ବାସନିକ, ସୁନିଲ କାନୁନଗୋଲୁ ଓ ଗୁଜରାଟ କଂଗ୍ରେସ ନେତୃତ୍ୱ ଉପସ୍ଥିତ ଥିଲେ ।
ସାଢେ ଚାରି ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ନିର୍ଣ୍ଣୟ ନିଆଯାଇଛି କି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ କୌଣସି ବ୍ୟକ୍ତିଗତ ଟିପ୍ପଣି କରାଯିବ ନାହିଁ । ଏହାସହ ନିର୍ବାଚନକୁ ମୋଦି ବନାମ କଂଗ୍ରେସ ଲଢେଇ ମଧ୍ୟ କରାଯିବ ନାହିଁ । ହେଲେ ଆମ ଆଦମୀ ପାର୍ଟି(ଏଏପି)କୁ ଭାଜପାର ଟିମ ବି ଦଳ ଭାବେ ପ୍ରଚାରିତ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri