Posted inଖେଳ

ପଏଣ୍ଟ ଖାତା ଖୋଲିଲା ଗୁଜରାଟ

ଭୁବନେଶ୍ୱର,୨୬ା୧୨(ସରୋଜ ଜେନା) କଟକ ସ୍ଥିତ ଜବାହାରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ଅଲ୍‌ଟିମେଟ୍‌ ଖୋ ଖୋ ଲିଗ୍‌ରେ ପ୍ରଥମ ବିଜୟ ହାସଲ କରିଛି ଗୁଜରାଟ ଜାଏଣ୍ଟ୍ସ। ସୋମବାର ସନ୍ଧ୍ୟାରେ ଖେଳା ଯାଇଥିବା ପ୍ରଥମ ମ୍ୟାଚ୍‌ରେ ରାଜସ୍ଥାନ ଓ୍ବାରିୟର୍ସକୁ ଦଳ ୪୧-୩୦ ପଏଣ୍ଟରେ ପରାସ୍ତ କରିଛି। ରାଜସ୍ଥାନର ଏହା କ୍ରମାଗତ ଦ୍ୱିତୀୟ ପରାଜୟ। ପ୍ରଥମ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିୟନ ଓଡ଼ିଶା ଜଗରନଟ୍ସ ନିକଟରୁ ଏହା ୩୫-୨୭ରେ ପରାଜିତ ହୋଇଥିଲା। ରାଜସ୍ଥାନର ସୌରଭ ଗଡଗେ ସର୍ବାଧିକ ୮ ପଏଣ୍ଟ ସ୍କୋର କରିଥିବା ବେଳେ ଗୁଜରାଟର ଶୁଭମ ଥୋରାଟ ୨.୨୩ ମିନିଟ ଡିଫେଣ୍ଡ କରିଥିଲେ। ସୋମବାର ସନ୍ଧ୍ୟାର ଦ୍ୱିତୀୟ ମ୍ୟାଚ୍‌ରେ ଚେନ୍ନାଇ କ୍ୱିକ୍‌ ଗନ୍ସ ୩୮-୩୨ ପଏଣ୍ଟରେ ତେଲୁଗୁ ଯୋଦ୍ଧାସକୁ ପରାସ୍ତ କରିଛି। ଦ୍ୱିତୀୟ ଦିନର ଖେଳ ଶେଷ ପରେ ଗୁଜରାଟ ଜାଏଣ୍ଟ୍ସ ପ୍ରଥମ ସ୍ଥାନରେ ରହିଛି। ଓଡ଼ିଶା ଜଗରନଟ୍ସ ସମାନ ୩ ପଏଣ୍ଟ ପାଇଥିଲେ ମଧ୍ୟ ଟ୍ୟାକେଲ ବ୍ୟବଧାନରେ ଦଳ ପଛରେ ରହିଛି।
ମଙ୍ଗଳବାର ମୁମ୍ବାଇ ଖିଲାଡିଜ୍‌ ଓ ଗୁଜରାଟ ଜାଏଣ୍ଟ୍ସ ମଧ୍ୟରେ ପ୍ରଥମ ମ୍ୟାଚ୍‌ ଖେଳାଯିବ। ସେହିପରି ଡିଫେଣ୍ଡିଂ ଚାମ୍ପିୟନ ଓଡ଼ିଶା ଜଗରନଟ୍ସ ଓ ଚେନ୍ନାଇ କ୍ୱିକ୍‌ ଗନ୍ସ ଦ୍ୱିତୀୟ ମ୍ୟାଚ୍‌ରେ ମୁହାଁମୁହିଁ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri