Posted inଖେଳ

ଗୁଜରାଟ ଜାଏଣ୍ଟ୍ସର ଦ୍ୱିତୀୟ ବିଜୟ

ଲକ୍ଷ୍ନୌ, ୨୦।୯ : ଚଳିତ ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି ଗୁଜରାଟ ଜାଏଣ୍ଟ୍ସ। ଉଦ୍‌ଘାଟନୀ ମ୍ୟାଚରେ ଇଣ୍ଡିଆ କ୍ୟାପିଟାଲ୍ସକୁ ୩ ଉଇକେଟରେ ହରାଇଥିବା ଗୁଜରାଟ ଦଳ ସୋମବାର ମନିପାଲ ଟାଇଗର୍ସକୁ ୨ ଉଇକେଟରେ ପରାସ୍ତ କରିଛି। ମନିପାଲ ଟାଇଗର୍ସ ୨୦ ଓଭରରେ ୮ ଉଇକେଟ ହରାଇ ୧୨୦ ରନ କରିଥିବାବେଳେ ଗୁଜରାଟ ଜାଏଣ୍ଟ୍ସ ୧୭.୨ ଓଭରରେ ୮ ଉଇକେଟ ହରାଇ ୧୨୧ ରନ ସଂଗ୍ରହ କରି ନେଇଥିଲା। ପାର୍ଥିବ ପଟେଲ ସର୍ବାଧିକ ୩୪ ରନ କରି ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ମନିପାଲ ଟାଇଗର୍ସ ଦଳର କ୍ରିସ ମୋପୋଫୁ, ପରବିନ୍ଦର ଅଓ୍ବାନା, ହରଭଜନ ସିଂ ଓ ମୁଥୟା ମୁରଲୀଧରନ ୨ଟି ଲେଖାଏ ଉଇକେଟ ନେଇଥିଲେ। ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା ଗୁଜରାଟ ଜାଏଣ୍ଟ୍ସ। ପୂର୍ବ ମ୍ୟାଚ ଭଳି ଏଠାରେ ମଧ୍ୟ ମନିପାଲ ଟାଇଗର୍ସ ଦଳର ପ୍ରଦର୍ଶନ ଆଶାନୁରୂପ ରହି ନ ଥିଲା। ୨୨ ରନରେ ୩ଟି ଉଇକେଟ ହରାଇ ଦଳ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ମିଡିଲ ଅର୍ଡରରେ ରବିକାନ୍ତ ଶୁକ୍ଳା ସର୍ବାଧିକ ୩୨ ରନ ସ୍କୋର କରିଥିଲେ। ମହମ୍ମଦ କୈଫ ୨୪ ଓ ଅଧିନାୟକ ହରଭଜନ ସିଂ ୧୮ ରନର ଯୋଗଦାନ ଦେଇଥିଲେ। ଗୁଜରାଟ ଦଳ ପକ୍ଷରୁ ଅଶୋକ ଦିଣ୍ଡା ଓ ତିଳକରନେତ୍ ଦିଲସାନ ୨ଟି ଲେଖାଏ ଏବଂ ରାୟଡ ଇମ୍ରିଟ ଓ ଥିସାରା ପେରେରା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର
ମନିପାଲ ଟାଇଗର୍ସ ୨୦ ଓଭରରେ ୧୨୦/୮ (ରବିକାନ୍ତ ଶୁକ୍ଳା-୩୨, ମହମ୍ମଦ କୈଫ-୨୪, ଅଶୋକ ଦିଣ୍ଡା-୨/୨୨, ତିଳକରନେତ୍ ଦିଲସାନ-୨/୧୮, ରାୟଡ ଇମ୍ରିଟ-୧/୫, ଥିସାରା ପେରେରା-୧/୧୬)। ଗୁଜରାଟ ଜାଏଣ୍ଟ୍ସ ୧୭.୨ ଓଭରରେ ୧୨୧/୮ (ପାର୍ଥିବ ପଟେଲ-୩୪, କେଭିନ ଓ’ବ୍ରାଏନ-୨୩, କ୍ରିସ ମୋପୋଫୁ-୨/୨୬, ପରବିନ୍ଦର ଅଓ୍ବାନା-୨/୧୩, ହରଭଜନ ସିଂ-୨/୨୩, ମୁଥୟା ମୁରଲୀଧରନ-୨/୧୦)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?