Posted inଜାତୀୟ

୧୧ ଜଣଙ୍କୁ ମୃତ୍ୟୁଦଣ୍ଡ ଦାବିକଲେ ଗୁଜରାଟ ସରକାର

ନୂଆଦିଲ୍ଲୀ,୨୧।୨: ୨୦୦୨ ଗୋଧ୍ରା ଟ୍ରେନ୍‌ ପୋଡ଼ି ମାମଲା ବିରଳରୁ ବିରଳତମ ଅପରାଧ ହୋଇଥିବାରୁ ଦୋଷୀସାବ୍ୟସ୍ତ ୧୧ ଜଣଙ୍କୁ ମୃତ୍ୟୁଦଣ୍ଡ ଦେବା ଲାଗି ଗୁଜରାଟ ସରକାର ସୋମବାର ସୁପ୍ରିମକୋର୍ଟରେ ଦାବି କରିଛନ୍ତି। ଉକ୍ତ ଅପରାଧୀମାନଙ୍କ ମୃତ୍ୟୁଦଣ୍ଡକୁ ଗୁଜରାଟ ହାଇକୋର୍ଟ ଆଜୀବନ ଜେଲ୍‌ରେ ପରିବର୍ତ୍ତନ କରିଥିଲେ। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ପି.ଏସ୍‌. ନରସିଂହ ଏବଂ ଜେ.ବି. ପର୍ଡିଓ୍ବାଲାଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଗୁଜରାଟ ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଉପସ୍ଥିତ ରହି ଦୋଷୀମାନଙ୍କୁ ମୃତ୍ୟୁଦଣ୍ଡ ଦିଆଯାଉ ବୋଲି ଦାବି କରିଥିଲେ। ୨୦୦୨ ଫେବୃୟାରୀରେ ଗୁଜରାଟର ଗୋଧ୍ରା ଷ୍ଟେଶନରେ ସାବରମତି ଏକ୍ସପ୍ରେସ୍‌ର ବଗିରେ ନିଆଁ ଲଗାଇଦିଆଯିବାରୁ ମହିଳା ଓ ଶିଶୁଙ୍କ ସମେତ ୫୯ ଜଣ ଦଗ୍ଧ ହୋଇଥିଲେ। ବଗିକୁ ବାହାରପଟୁ ଲକ୍‌ କରିଦିଆଯାଇଥିବାରୁ କେହି ବାହାରି ପାରି ନ ଥିଲେ। ଗୁଜରାଟ ସରକାରଙ୍କ ନୀତି ଅନୁଯାୟୀ ଅପରାଧୀମାନେ ସମୟ ପୂର୍ବରୁ ଜେଲ୍‌ରୁ ମୁକ୍ତ ହେବା ଲାଗି ହକ୍‌ଦାର ଥିଲେ କି ବୋଲି ଖଣ୍ଡପୀଠ ପ୍ରଶ୍ନ କରିଥିଲେ। ମେହେଟ୍ଟା କହିଥିଲେ, ଉକ୍ତ ମାମଲା ସହ ଟାଡା ଲାଗୁ ହୋଇଥିବାରୁ ଏହା ବିରଳରୁ ବିରଳତମ ଅପରାଧ। ଅପରାଧୀମାନଙ୍କୁ ଦିଆଯାଇଥିବା ପ୍ରକୃତ ଦଣ୍ଡ ଏବଂ ସେମାନେ ବର୍ତ୍ତମାନ ସୁଦ୍ଧା ଜେଲ୍‌ରେ କେତେ ବର୍ଷ କଟାଇଛନ୍ତି, ତାହାର ସବିଶେଷ ରିପୋର୍ଟ ଦାଖଲ କରିବା ଲାଗି ସର୍ବୋଚ୍ଚ ଅଦାଲତ ଉଭୟ ପକ୍ଷର ଆଇନଜୀବୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୩ ସସ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri