Posted inଜାତୀୟ

୧୧ ଜଣଙ୍କୁ ମୃତ୍ୟୁଦଣ୍ଡ ଦାବିକଲେ ଗୁଜରାଟ ସରକାର

ନୂଆଦିଲ୍ଲୀ,୨୧।୨: ୨୦୦୨ ଗୋଧ୍ରା ଟ୍ରେନ୍‌ ପୋଡ଼ି ମାମଲା ବିରଳରୁ ବିରଳତମ ଅପରାଧ ହୋଇଥିବାରୁ ଦୋଷୀସାବ୍ୟସ୍ତ ୧୧ ଜଣଙ୍କୁ ମୃତ୍ୟୁଦଣ୍ଡ ଦେବା ଲାଗି ଗୁଜରାଟ ସରକାର ସୋମବାର ସୁପ୍ରିମକୋର୍ଟରେ ଦାବି କରିଛନ୍ତି। ଉକ୍ତ ଅପରାଧୀମାନଙ୍କ ମୃତ୍ୟୁଦଣ୍ଡକୁ ଗୁଜରାଟ ହାଇକୋର୍ଟ ଆଜୀବନ ଜେଲ୍‌ରେ ପରିବର୍ତ୍ତନ କରିଥିଲେ। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ପି.ଏସ୍‌. ନରସିଂହ ଏବଂ ଜେ.ବି. ପର୍ଡିଓ୍ବାଲାଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଗୁଜରାଟ ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଉପସ୍ଥିତ ରହି ଦୋଷୀମାନଙ୍କୁ ମୃତ୍ୟୁଦଣ୍ଡ ଦିଆଯାଉ ବୋଲି ଦାବି କରିଥିଲେ। ୨୦୦୨ ଫେବୃୟାରୀରେ ଗୁଜରାଟର ଗୋଧ୍ରା ଷ୍ଟେଶନରେ ସାବରମତି ଏକ୍ସପ୍ରେସ୍‌ର ବଗିରେ ନିଆଁ ଲଗାଇଦିଆଯିବାରୁ ମହିଳା ଓ ଶିଶୁଙ୍କ ସମେତ ୫୯ ଜଣ ଦଗ୍ଧ ହୋଇଥିଲେ। ବଗିକୁ ବାହାରପଟୁ ଲକ୍‌ କରିଦିଆଯାଇଥିବାରୁ କେହି ବାହାରି ପାରି ନ ଥିଲେ। ଗୁଜରାଟ ସରକାରଙ୍କ ନୀତି ଅନୁଯାୟୀ ଅପରାଧୀମାନେ ସମୟ ପୂର୍ବରୁ ଜେଲ୍‌ରୁ ମୁକ୍ତ ହେବା ଲାଗି ହକ୍‌ଦାର ଥିଲେ କି ବୋଲି ଖଣ୍ଡପୀଠ ପ୍ରଶ୍ନ କରିଥିଲେ। ମେହେଟ୍ଟା କହିଥିଲେ, ଉକ୍ତ ମାମଲା ସହ ଟାଡା ଲାଗୁ ହୋଇଥିବାରୁ ଏହା ବିରଳରୁ ବିରଳତମ ଅପରାଧ। ଅପରାଧୀମାନଙ୍କୁ ଦିଆଯାଇଥିବା ପ୍ରକୃତ ଦଣ୍ଡ ଏବଂ ସେମାନେ ବର୍ତ୍ତମାନ ସୁଦ୍ଧା ଜେଲ୍‌ରେ କେତେ ବର୍ଷ କଟାଇଛନ୍ତି, ତାହାର ସବିଶେଷ ରିପୋର୍ଟ ଦାଖଲ କରିବା ଲାଗି ସର୍ବୋଚ୍ଚ ଅଦାଲତ ଉଭୟ ପକ୍ଷର ଆଇନଜୀବୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୩ ସସ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri