Posted inଖେଳ

ଟାଇଟଲ୍‌ ହାତେଇବାକୁ ଗୁଜରାଟ ଆଗରେ ୧୩୧ ରନ୍‌ର ଟାର୍ଗେଟ୍‌

ଅହମଦାବାଦ,୨୯ା୫: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୨ର ଫାଇନାଲ ମ୍ୟାଚରେ ଟସ୍‌ ଜିତି ରାଜସ୍ଥାନ ରୟାଲ୍ସ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ହେଲେ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ ହରାଇ ୧୩୦ ରନ୍‌ କରିଛି। ଫଳରେ ଗୁଜରାଟ ଟାଇଟନ୍ସ ଆଗରେ ୧୩୧ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ରାଜସ୍ଥାନ ରୟାଲ୍ସ।

ଦୁଇ ଓପନର ଯଶସ୍ବୀ ଜୟସ୍ବାଲ ଓ ଜୋସ ବଟଲର ଭଲ ଆରମ୍ଭ କରିଥିଲେ। ମାତ୍ର ନିୟମିତ ବ୍ୟବଧାନରେ ଉଇକେଟ ପତନ ଦଳପାଇଁ ମହଙ୍ଗା ପଡ଼ିଥିଲା। ଦଳୀୟ ସ୍କୋର ୩୧ ଥିବାବେଳେ ୪ର୍ଥ ଓଭରର ଶେଷ ବଲ୍‌ରେ ଆଉଟ ହୋଇଥିଲେ ଜୟସ୍ବାଲ। ସେ ୧୬ ବଲ୍‌ରୁ ୧ ଚୌକା ଓ ୨ ଛକା ସହାୟତାରେ ୨୨ ରନ୍‌ କରିଥିଲେ। ଅଧିନାୟକ ସଞ୍ଜୁ ସାମସନ ୧୪ ଓ ଦେବଦତ୍ତ ପଡିକାଲ ୨ ରନ୍‌ରେ ଆଉଟ ହେବାରୁ ଲିଗ୍‌ର ସର୍ବାଧିକ ସ୍କୋରର ବଟଲରଙ୍କ ଉପରେ ଚାପ ପଡ଼ିଥିଲା। ମେଗା ଫାଇନାଲରେ ସେ କରିସ୍ମା ଦେଖାଇପାରି ନ ଥିଲେ। ୩୫ ବଲ୍‌ରୁ ୫ ଚୌକା ସହାୟତାରେ ୩୯ ରନ୍‌ କରି ବଟଲର ଆଉଟ ହେବାରୁ ରାଜସ୍ଥାନର ବଡ଼ ସ୍କୋର ଆଶା ମଉଳି ଯାଇଥିଲା। ମିଡିଲ ଅର୍ଡରରେ ଶିମରନ ହେଟମେର ମାତ୍ର ୧୧ ରନ୍‌ କରି ଥିଲେ। ଶେଷଭାଗରେ ରବିଚନ୍ଦ୍ରନ ଅଶ୍ୱିନ ୬, ଟ୍ରେଣ୍ଟ ବୋଲ୍ଟ ୧୧, ରିୟାନ ପରାଗ ୧୫ ଓ ଓବେଡ ମ୍ୟାକକୟ ୮ ରନ୍‌ କରିବାକୁ ସକ୍ଷମ ହୋଇଥିଲେ। ଗୁଜରାଟ ପକ୍ଷରୁ ଚମତ୍କାର ବୋଲିଂ କରିଥିଲେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା। ସେ ନିଜ ୪ ଓଭର ସ୍ପେଲ୍‌ରେ ମାତ୍ର ୧୭ ରନଦେଇ ୩ଟି ଗୁରୁତ୍ୱପୂର୍ଣ୍ଣ ଉଇକେଟ ହାସଲ କରିଥିଲେ। ରବିଶ୍ରୀନିବାସନ ସାଇ କିଶୋର ୨ଟି ଏବଂ ୟାଶ ଦୟାଲ, ମହମ୍ମଦ ଶାମି ଓ ରଶିଦ ଖାଁ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri