Posted inଖେଳ

ଟାଇଟଲ୍‌ ହାତେଇବାକୁ ଗୁଜରାଟ ଆଗରେ ୧୩୧ ରନ୍‌ର ଟାର୍ଗେଟ୍‌

ଅହମଦାବାଦ,୨୯ା୫: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୨ର ଫାଇନାଲ ମ୍ୟାଚରେ ଟସ୍‌ ଜିତି ରାଜସ୍ଥାନ ରୟାଲ୍ସ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ହେଲେ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ ହରାଇ ୧୩୦ ରନ୍‌ କରିଛି। ଫଳରେ ଗୁଜରାଟ ଟାଇଟନ୍ସ ଆଗରେ ୧୩୧ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ରାଜସ୍ଥାନ ରୟାଲ୍ସ।

ଦୁଇ ଓପନର ଯଶସ୍ବୀ ଜୟସ୍ବାଲ ଓ ଜୋସ ବଟଲର ଭଲ ଆରମ୍ଭ କରିଥିଲେ। ମାତ୍ର ନିୟମିତ ବ୍ୟବଧାନରେ ଉଇକେଟ ପତନ ଦଳପାଇଁ ମହଙ୍ଗା ପଡ଼ିଥିଲା। ଦଳୀୟ ସ୍କୋର ୩୧ ଥିବାବେଳେ ୪ର୍ଥ ଓଭରର ଶେଷ ବଲ୍‌ରେ ଆଉଟ ହୋଇଥିଲେ ଜୟସ୍ବାଲ। ସେ ୧୬ ବଲ୍‌ରୁ ୧ ଚୌକା ଓ ୨ ଛକା ସହାୟତାରେ ୨୨ ରନ୍‌ କରିଥିଲେ। ଅଧିନାୟକ ସଞ୍ଜୁ ସାମସନ ୧୪ ଓ ଦେବଦତ୍ତ ପଡିକାଲ ୨ ରନ୍‌ରେ ଆଉଟ ହେବାରୁ ଲିଗ୍‌ର ସର୍ବାଧିକ ସ୍କୋରର ବଟଲରଙ୍କ ଉପରେ ଚାପ ପଡ଼ିଥିଲା। ମେଗା ଫାଇନାଲରେ ସେ କରିସ୍ମା ଦେଖାଇପାରି ନ ଥିଲେ। ୩୫ ବଲ୍‌ରୁ ୫ ଚୌକା ସହାୟତାରେ ୩୯ ରନ୍‌ କରି ବଟଲର ଆଉଟ ହେବାରୁ ରାଜସ୍ଥାନର ବଡ଼ ସ୍କୋର ଆଶା ମଉଳି ଯାଇଥିଲା। ମିଡିଲ ଅର୍ଡରରେ ଶିମରନ ହେଟମେର ମାତ୍ର ୧୧ ରନ୍‌ କରି ଥିଲେ। ଶେଷଭାଗରେ ରବିଚନ୍ଦ୍ରନ ଅଶ୍ୱିନ ୬, ଟ୍ରେଣ୍ଟ ବୋଲ୍ଟ ୧୧, ରିୟାନ ପରାଗ ୧୫ ଓ ଓବେଡ ମ୍ୟାକକୟ ୮ ରନ୍‌ କରିବାକୁ ସକ୍ଷମ ହୋଇଥିଲେ। ଗୁଜରାଟ ପକ୍ଷରୁ ଚମତ୍କାର ବୋଲିଂ କରିଥିଲେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା। ସେ ନିଜ ୪ ଓଭର ସ୍ପେଲ୍‌ରେ ମାତ୍ର ୧୭ ରନଦେଇ ୩ଟି ଗୁରୁତ୍ୱପୂର୍ଣ୍ଣ ଉଇକେଟ ହାସଲ କରିଥିଲେ। ରବିଶ୍ରୀନିବାସନ ସାଇ କିଶୋର ୨ଟି ଏବଂ ୟାଶ ଦୟାଲ, ମହମ୍ମଦ ଶାମି ଓ ରଶିଦ ଖାଁ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ

ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ମ କ୍ୟାରିୟର

ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri