Posted inଖେଳ

ଗୁଜରାଟ ଆଗରେ ୧୩୪ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୧୫।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୬୨ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ଗୁଜରାଟ ଟାଇଟନ୍ସ ମଧ୍ୟରେ ଖେଳାଯାଉଛି। ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଚେନ୍ନାଇ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ୧୩୩ ରନ୍‌ କରିଛି। ଫଳରେ ଗୁଜରାଟ ଆଗରେ ୧୩୪ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ଚେନ୍ନାଇ।

ଚେନ୍ନାଇ ସୁପର କିଙ୍ଗ୍ସର ଦୁଇ ଓପନିଂ ବ୍ୟାଟର ଡେଭନ କନୱେ ଏବଂ ରୁତୁରାଜ ଗାଏଓ୍ବାଡ ଦଳକୁ ଭଲ ଷ୍ଟାଟ ଦେବାକୁ ଯାଇ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲେ। ଉଭୟ ପ୍ରଥମ ଉଇକେଟ ପାଇଁ ୮ ରନ୍‌ କରିଥିଲେ। ଡେଭନ କନୱେ ୯ ବଲ ଖେଳି ୫ ରନ୍‌ କରିଥିଲେ। ସେହିପରି ଦ୍ୱିତୀୟ ଉଇକେଟ ପାଇଁ ମୋଇନ ଅଲୀ (୨୧ ରନ୍‌)ଙ୍କ ସହିତ ଗାଏକ୍ୱାର୍ଡ ୫୭ ରନ୍‌ ଯୋଡି ଥିଲେ। ଋତୁରାଜ ୪୯ବଲରେ ୫୩ ରନ୍‌ (୪ ଚଉକା ଏବଂ ୧ ଛକା) କରିଥିଲେ। ସେହିପରି ଏନ୍‌ ଜଗଦୀଶନ ୩୯ ରନ୍‌ କରିଥିବା ବେଳେ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ୭ ରନ୍‌ କରିଥିଲେ । ଗୁଜରାଟ ପକ୍ଷରୁ ମହମ୍ମଦ ସାମି ୨ଟି ଉଇକେଟ ନେଇଥିବା ବେଳେ ରସିଦ ଖାନ୍‌, ଅଲଜାରୀ ଜୋସେଫ ଏବଂ ସାଇ କିଶୋରଙ୍କୁ ଗୋଟିଏ ଲେଖାଏଁ ଉଇକେଟ ମିଳିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri