Posted inଜାତୀୟ

ତଦନ୍ତର ତଦାରଖ କରିବେ ଗୁଜରାଟ ହାଇକୋର୍ଟ

ନୂଆଦିଲ୍ଲୀ ,୨୨।୧୧: ମୋର୍ବି ଝୁଲାପୋଲ ଭୁଶୁଡ଼ି ୧୪୧ ଜଣଙ୍କ ଜୀବନ ଯିବା ସବୁଠୁ ବଡ଼ ଦୁଃଖଦ ଘଟଣା ବୋଲି ସୁପ୍ରିମକୋର୍ଟ ସୋମବାର କହିବା ସହ ଏହାର ତଦନ୍ତ ଓ ଅନ୍ୟାନ୍ୟ ଦିଗକୁ ଅନୁଧ୍ୟାନ କରିବା ଲାଗି ଗୁଜରାଟ ହାଇକୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୋର୍ବି ଭଳି ଦୁର୍ଘଟଣା ଯେପରି ନ ଘଟିବ, ତାହା ସୁନିଶ୍ଚିତ କରିବା ଲାଗି ତଦନ୍ତ କମିଶନ ନିଯୁକ୍ତ କରାଯାଇଥିବା ସରକାର କହିଥିଲେ। ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ଜଷ୍ଟିସ୍‌ ହିମା କୋହଲିଙ୍କ ଖଣ୍ଡପୀଠ ଏହାକୁ ଅଗ୍ରାହ୍ୟ କରିଦେଇଥିଲେ। ଏହା ଅତ୍ୟନ୍ତ ଦୁଃଖଦ ଘଟଣା ହୋଇଥିବାରୁ ପ୍ରତି ସପ୍ତାହରେ ତଦନ୍ତର ଅନୁଧ୍ୟାନ କରାଯିବା ଆବଶ୍ୟକ ବୋଲି ଖଣ୍ଡପୀଠ କହିଥିଲେ। ହାଇକୋର୍ଟ ଏହି ଦାୟିତ୍ୱ ନ ନେଲେ ଆମେ ନୋଟିସ୍‌ ଜାରି କରିବୁ ବୋଲି ଶୁଣାଣି ବେଳେ ସର୍ବୋଚ୍ଚ ଅଦାଲତ କହିଥିଲେ। ହାଇକୋର୍ଟର ମୁଖ୍ୟ ବିଚାରପତି ନିଜ ଆଡୁ ମାମଲା ବିଚାରକୁ ନେଇ ଏକାଧିକ ନିର୍ଦ୍ଦେଶନାମା ଜାରି କରିଥିବାରୁ ନିରପେକ୍ଷ ତଦନ୍ତ ପାଇଁ ଦାଏର ଜନସ୍ବାର୍ଥ ମାମଲାରେ ହସ୍ତକ୍ଷେପ କରିବାକୁ ସର୍ବୋଚ୍ଚ ଅଦାଲତ ମନା କରିଦେଇଛନ୍ତି। ଆବେଦନକାରୀଙ୍କୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବାକୁ ଖଣ୍ଡପୀଠ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri