Posted inଜାତୀୟ

୧୨ବର୍ଷର ପୁଅଙ୍କୁ ନଦୀକୁ ଠେଲିଦେଲେ

ସୁରଟ,୪।୧୧: ବାପ ନିଜ ନାବାଳକ ପୁଅକୁ ନଦୀକୁ ଠେଲି ହତ୍ୟା କରିଛନ୍ତି। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଗୁଜରାଟ ସୁରଟର ତାନପୁର ଅଞ୍ଚଳରେ ଘଟିଛି। ସୂଚନା ଯୋଗ୍ୟ, ଗୁଜୁରାଟ ସୁରଟର ସଇଦ ଇଲିୟାଜ ଶେଖ ନାମକ ଜଣେ ବ୍ୟକ୍ତି ନିଜ ୧୨ ବର୍ଷର ପୁଅକୁ ବାଣ କିଣି ଦେବା ବାହାନାରେ ଡାକିନେଇ ବ୍ରିଜ ଉପରୁ ନଦୀକୁ ଠେଲି ଦେଇଥିଲେ। ହେଲେ ଇଲିୟାଜ ପ୍ରଥମେ ପୋଲିସକୁ ପୁଅ ସେଲ୍ଫି ନେବା ବେଳେ ପୋଲ ତଳକୁ ଖସିପଡ଼ି ଥିବା କହିଥିଲେ। ପୋଲିସ ଯାଞ୍ଚ ବେଳେ ସତ୍ୟ ପଦାକୁ ଆସିଥିଲା। ଅଭିଯୁକ୍ତ ବାପା ଇଲିୟାଜଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଯାଇଛି।

ଅଭିଯୁକ୍ତ ଇଲିୟାଜ ଅକ୍ଟୋବର ୩୧ରେ ପୁଅକୁ ତାପି ନଦୀ ଉପରେ ନିର୍ମାଣ ହେଉଥିବା ପୋଲ ନିକଟକୁ ଡାକି ନେଇଥିଲେ। ସେଠାରେ ସେ ନାବାଳକ ପୁଅକୁ ନଦୀକୁ ଠେଲି ଦେଇଥିଲେ। ପରେ ନିଜକୁ ନିର୍ଦ୍ଦୋଷ ପ୍ରମାଣ କରିବାକୁ ଯାଇ ଖୁବ ଜୋରରେ ମୋ ପୁଅ ନଦୀରେ ପଡିଗଲା ବୋଲି ଡାକ ପକାଇଥିଲେ। ଏହା ଶୁଣି ସ୍ଥାନୀୟ ଲୋକଙ୍କ ସହାୟତାରେ ପୋଲିସ ଓ ଦମକଳ ବାହିନୀ ନଦୀରୁ ମୃତଦେହ ଜବତ କରିଥିଲା।

ଅନ୍ୟ ପୁରୁଷସହ ସ୍ତ୍ରୀଙ୍କ ଗୁପ୍ତ ସମ୍ପର୍କରୁ ଉକ୍ତ ନାବାଳକ ପୁଅ ଜନ୍ମ ନେଇଥିବା ସନ୍ଦେହ କରି ଇଲୟାଜ୍‌ ଏଭଳି ଘଟଣା ଘଟାଇଥିବା ପୋଲିସ ଆଗରେ ସ୍ବୀକାର କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri