ଭାଲେଣ୍ଟାଇନ ଡେ’ରେ ପତ୍ନୀଙ୍କୁ ଜୀବନର ମୂଲ୍ୟବାନ ଉପହାର ଦେଲେ ସ୍ୱାମୀ

ଅହମଦାବାଦ,୧୪ ।୨: ସାରା ବିଶ୍ୱ ଫେବୃୟାରୀ ୧୪କୁ ପ୍ରେମ ଦିବସ ବା ଭାଲେଣ୍ଟାଇନ ଡେ’ ଭାବେ ପାଳନ କରୁଛି । ଏହିଦିନ ପ୍ରେମିକାଙ୍କୁ ମୂଲ୍ୟବାନ ଉପହାର ଦେଇ ନିଜର ଭଲପାଇବାକୁ ବ୍ୟକ୍ତ କରୁଛନ୍ତି ପୁରୁଷ ସାଥୀ । ହେଲେ ଗୁଜରାଟର ଅହମଦାବାଦରେ ରହୁଥିବା ବିନୋଦ ପଟେଲ ତାଙ୍କ ପତ୍ନୀଙ୍କୁ ଜୀବନର ସବୁଠାରୁ ମୂଲ୍ୟବାନ ଉପହାର ଦେବାକୁ କଥା ଦେଇଛନ୍ତି । ବିନୋଦଙ୍କ ପତ୍ନୀ ରିତା ପଟେଲଙ୍କର ଦୁଇଟି ଯାକ କୀଡନି ନଷ୍ଟ ହୋଇ ଯାଇଛି । ଡୋନରଙ୍କୁ ଅପେକ୍ଷା କରି ବହୁ ବିଳମ୍ବ ହୋଇଯାଇଥିବା ବେଳେ ଏବେ ବିନୋଦ ନିଜେ ତାଙ୍କର ଏକ କୀଡ୍‌ନି ପତ୍ନୀଙ୍କୁ ଭାଲେଣ୍ଟାଇନ ଡେ’ ଉପହାର ଭାବେ ଦେବେ ବୋଲି କହିଛନ୍ତି । ୧୩ ଫେବୃୟାରୀରେ ଏମାନେ ଏମାନଙ୍କର ୨୩ତମ ବିବାହ ବାର୍ଷିକି ପାଳନ କରିଥିବା ବେଳେ ୧୪ ତାରିଖରେ ବିନୋଦ କୀଡନି ଦାନ କରିବେ । ଏମାନଙ୍କର ୨୨ ବର୍ଷର ଜଣେ ଝିଅ ଓ ୧୬ ବର୍ଷର ଜଣେ ପୁଅ ରହିଛନ୍ତି । ୨୦୧୭ରୁ ଏହି ଦମ୍ପତି କୀଡନି ପାଇଁ ଅପେକ୍ଷା କରିଥିବା ବେଳେ ଏପର୍ଯ୍ୟନ୍ତ ଡୋନର ନ ମିଳିବାରୁ ଭାଲେଣ୍ଟାଇନ ଡେ’ରେ ପ୍ରେମର ନିଦର୍ଶନ ଭାବେ ଏବେ ବିନୋଦ ତାଙ୍କ ପତ୍ନୀଙ୍କୁ କୀଡନି ଦାନ କରିବାକୁ ସ୍ଥିର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

୧୦ ବର୍ଷରେ ୧୫୨ ପ୍ରଶ୍ନପତ୍ର ଲିକ୍‌, କାହାକୁ ବି ମିଳିନି ଦଣ୍ଡ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୩ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରମାନେ କୌଣସି ଆତଙ୍କବାଦୀ ନୁହଁନ୍ତି। ସେମାନେ କେବଳ ଏକ ନିରପେକ୍ଷ ଓ ସ୍ବଚ୍ଛ ଶିକ୍ଷା ବ୍ୟବସ୍ଥା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri