Posted inଜାତୀୟ

ଝୁଲାପୋଲ ଦୁର୍ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ: ମ୍ୟାନେଜମେଣ୍ଟ ସହ ଜଡ଼ିତ ୯ ଅଟକ, ଏସ୍‌ଆଇଟିର ଯାଞ୍ଚ ଜାରି

ଅହମଦାବାଦ,୩୧।୧୦: ଗୁଜୁରାଟର ମୋର୍‌ବି ସ୍ଥିତ କେବୁଲ ବ୍ରିଜ ଦୁର୍ଘଟଣାକୁ ନେଇ ପୋଲିସ ସୋମବାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାରେ ପୋଲିସ ୯ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଗିରଫ ହୋଇଥିବା ଲୋକଙ୍କ ମଧ୍ୟରେ ପୋଲର ପରିଚାଳକ ତଥା ରକ୍ଷଣାବେକ୍ଷଣ ସୁପରଭାଇଜର ଅଛନ୍ତି। ଏତଦ୍‌ବ୍ୟତୀତ ପୋଲ ପରିଚାଳନା ସହ ଜଡିତ ସମସ୍ତ ଲୋକଙ୍କୁ ପୋଲିସ ପଚରାଉଚରା କରୁଛି। ଅନ୍ୟପଟେ ଜଣେ ଅଧିକାରୀ ବୟାନ ଦେଇଛନ୍ତି ଯେ, ଉକ୍ତ ପୋଲର ମରାମତିକାରୀ ଏହାକୁ ଖୋଲିବା ପୂର୍ବରୁ ଅଧିକାରୀଙ୍କଠାରୁ ଫିଟ୍‌ନେସ ସାର୍ଟିଫିକେଟ ନେଇ ନ ଥିଲେ କିମ୍ବା ଏହାକୁ ଖୋଲିବାକୁ ସରକାରଙ୍କଠାରୁ ମଧ୍ୟ ଅନୁମତି ନିଆଯାଇ ନ ଥିଲା। ତେବେ ମୋର୍‌ବି ଦୁର୍ଘଟଣା ପରେ ପ୍ରଶାସନ ପକ୍ଷରୁ ଧାରା ୩୦୪, ୩୦୮, ୧୧୪ ଅନୁଯାୟୀ ଜୁଲ ବ୍ରିଜ ମ୍ୟାନେଜମେଣ୍ଟ ମ୍ୟାନେଜର, ରକ୍ଷଣାବେକ୍ଷଣ ଦଳର ମ୍ୟାନେଜରଙ୍କ ବିରୋଧରେ ଏକ ଅପରାଧ ମାମଲା ରୁଜୁ କରାଯାଇଛି। ପୋଲର ସଠିକ୍‌ ରକ୍ଷଣାବେକ୍ଷଣ କରାଯାଇ ନାହିଁ ବୋଲି ଅଭିଯୋଗରେ ଦର୍ଶାଯାଇଛି। ଅନ୍ୟପଟେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋର୍‌ବିରେ ପହଞ୍ଚି ପୀଡିତଙ୍କ ପରିବାର ଲୋକଙ୍କୁ ଭେଟିବେ ବୋଲି ଜଣାପଡ଼ିଛି। ଏଥିସହ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ମଧ୍ୟ ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri