Posted inଜାତୀୟ

ଝୁଲାପୋଲ ଦୁର୍ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ: ମ୍ୟାନେଜମେଣ୍ଟ ସହ ଜଡ଼ିତ ୯ ଅଟକ, ଏସ୍‌ଆଇଟିର ଯାଞ୍ଚ ଜାରି

ଅହମଦାବାଦ,୩୧।୧୦: ଗୁଜୁରାଟର ମୋର୍‌ବି ସ୍ଥିତ କେବୁଲ ବ୍ରିଜ ଦୁର୍ଘଟଣାକୁ ନେଇ ପୋଲିସ ସୋମବାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାରେ ପୋଲିସ ୯ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଗିରଫ ହୋଇଥିବା ଲୋକଙ୍କ ମଧ୍ୟରେ ପୋଲର ପରିଚାଳକ ତଥା ରକ୍ଷଣାବେକ୍ଷଣ ସୁପରଭାଇଜର ଅଛନ୍ତି। ଏତଦ୍‌ବ୍ୟତୀତ ପୋଲ ପରିଚାଳନା ସହ ଜଡିତ ସମସ୍ତ ଲୋକଙ୍କୁ ପୋଲିସ ପଚରାଉଚରା କରୁଛି। ଅନ୍ୟପଟେ ଜଣେ ଅଧିକାରୀ ବୟାନ ଦେଇଛନ୍ତି ଯେ, ଉକ୍ତ ପୋଲର ମରାମତିକାରୀ ଏହାକୁ ଖୋଲିବା ପୂର୍ବରୁ ଅଧିକାରୀଙ୍କଠାରୁ ଫିଟ୍‌ନେସ ସାର୍ଟିଫିକେଟ ନେଇ ନ ଥିଲେ କିମ୍ବା ଏହାକୁ ଖୋଲିବାକୁ ସରକାରଙ୍କଠାରୁ ମଧ୍ୟ ଅନୁମତି ନିଆଯାଇ ନ ଥିଲା। ତେବେ ମୋର୍‌ବି ଦୁର୍ଘଟଣା ପରେ ପ୍ରଶାସନ ପକ୍ଷରୁ ଧାରା ୩୦୪, ୩୦୮, ୧୧୪ ଅନୁଯାୟୀ ଜୁଲ ବ୍ରିଜ ମ୍ୟାନେଜମେଣ୍ଟ ମ୍ୟାନେଜର, ରକ୍ଷଣାବେକ୍ଷଣ ଦଳର ମ୍ୟାନେଜରଙ୍କ ବିରୋଧରେ ଏକ ଅପରାଧ ମାମଲା ରୁଜୁ କରାଯାଇଛି। ପୋଲର ସଠିକ୍‌ ରକ୍ଷଣାବେକ୍ଷଣ କରାଯାଇ ନାହିଁ ବୋଲି ଅଭିଯୋଗରେ ଦର୍ଶାଯାଇଛି। ଅନ୍ୟପଟେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋର୍‌ବିରେ ପହଞ୍ଚି ପୀଡିତଙ୍କ ପରିବାର ଲୋକଙ୍କୁ ଭେଟିବେ ବୋଲି ଜଣାପଡ଼ିଛି। ଏଥିସହ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ମଧ୍ୟ ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?