Posted inଜାତୀୟ

ମୋରବି ଘଟଣାକୁ ନେଇ ଗୁଜରାଟରେ ନଭେମ୍ବର ୨ରେ ରାଜକୀୟ ଶୋକ, ଏବେ ପର୍ଯ୍ୟନ୍ତ ୧୩୪ ମୃତ

ମୋରବି,୧ ।୧୧: ଗୁଜରାଟର ମୋରବି ଜିଲାରେ ରବିବାର ହୋଇଥିବା ପୋଲ ଦୁର୍ଘଟଣାରେ ନଭେମ୍ବର ୨ରେ ସାରା ରାଜ୍ୟରେ ରାଜକୀୟ ଶୋକ ଘୋଷଣା କରାଯାଇଛି । ସୋମବାର ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ ପଟେଲଙ୍କ ସହ ହୋଇଥିବା ବୈଠକରେ ଏହି ଘୋଷଣା କରାଯାଇଛି । ଏହି ଦୁର୍ଘଟଣାରେ ଏବେ ପର୍ଯ୍ୟନ୍ତ ୧୩୪ ଜଣଙ୍କ ମୃତ୍ୟୁ ହୋଇଥିବା ପ୍ରକାଶ । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଘଟଣାର ସ୍ଥିତି ସମିକ୍ଷା କରିବାକୁ ଉଚ୍ଚ ସ୍ତରୀୟ ବୈଠକ ଡକାଇଥିଲେ ।
ବୈଠକରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ. ଗୃହ ରାଜ୍ୟମନ୍ତ୍ରୀ ହର୍ଷ ସଂଘବି, ଗୁଜରାଟର ମୁଖ୍ୟ ସଚିବ, ଡିଜିପିଙ୍କ ସହ ଅନ୍ୟ କେତେଜଣ ଶୀର୍ଷ ଅଧିକାରୀ ଯୋଗ ଦେଇଥିଲେ । ଏହି ବୈଠକ ପରେ ମୁଖ୍ୟମନ୍ତ୍ରୀ ଟୁଇଟ କରି ରାଜକୀୟ ଶୋକ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀ ତାଙ୍କ ଟୁଇଟରେ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ଗାନ୍ଧିନଗରରେ ରାଜଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଛି । ଏହି ବୈଠକରେ ମୋରବି ପୋଲ ଦୁର୍ଘଟଣାରେ ମୃତକଙ୍କ ପାଇଁ ନଭେମ୍ବର ୨ରେ ଗୁଜରାଟରେ ରାଜ୍ୟ ବ୍ୟାପି ଶୋକ ପାଳନ କରିବାର ନିଷ୍ପତ୍ତି ନିଆଯାଇଛି । ଏହିଦିନ ରାଜ୍ୟରେ ସରକାରୀ ଭବନରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ ଓ କୌଣଓି ସମାରୋହ, ମନୋରଞ୍ଜନ କାର୍ଯ୍ୟକ୍ରମ ଆୟୋଜିତ ହେବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ବାଂଲାଦେଶରେ ପୁଣି ହିନ୍ଦୁଙ୍କୁ ଟାର୍ଗେଟ୍‌: ପିରୋଜପୁରରେ ପରିବାରକୁ ଜୀଅନ୍ତା ଜାଳିଦେବାକୁ ଉଦ୍ୟମ

ଢାକା,୨୯ା୧୨: ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟ ଉପରେ ଆକ୍ରମଣ ଥମିବାର ନାଁ ନେଉନାହିଁ। ରବିବାର ପିରୋଜପୁର ଜିଲା ଦୁମରିତାଲା ଗ୍ରାମରେ ଏକ ଭୟଙ୍କର ଘଟଣା ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri