Posted inଜାତୀୟ

ମୋରବି ପୋଲ ଭୁଷୁଡିବା ଘଟଣାରେ ମୃତକଙ୍କ ସଂଖ୍ୟା ୧୦୦ ଟପିଲା, ୭୦ ଆହତ, ୫୦ରୁ ଅଧିକ ନିଖୋଜ

ମୋରବି,୩୧ ।୧୦: ଗୁଜରାଟ ମୋରବିରେ ମଚ୍ଛୁ ନଦୀ ଉପରେ ନିର୍ମାଣ କରାଯାଇଥିବା କେବଳ ବ୍ରିଜ ରବିବାର ହଠାତ୍ ଭୁଷୁଡି ପଡିବା ଫଳରେ ଏବେ ପର୍ଯ୍ୟନ୍ତ ମୃତକଙ୍କ ସଂଖ୍ୟା ୧୦୦ ଟପିଲାଣି । ହସ୍ପିଟାଲ ପକ୍ଷରୁ ମଳିଥିବା ଏହି ସୂଚନା ଅନୁଯାୟୀ, ଏବେ ୭୦ ଆହତ ହୋଇଥିବା ବେଳେ ୫୦ରୁ ଅଧିକ ନିଖୋଜ ଅଛନ୍ତି । ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ଲାଗି ରେସକ୍ୟୁ ଅପରେଶନ ଜାରି ରହିଛି ।
ଏହି ଦୁର୍ଘଟଣା ପରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ହସ୍ପିଟାଲ ପହଞ୍ଚି ଆହତଙ୍କୁ ଭେଟିଛନ୍ତି । ବ୍ରିଜ ଭୁଷୁଡି ପଡିବା ପରେ ମୁଖ୍ୟମନ୍ତ୍ରୀ ଏକ ସମିକ୍ଷା ବୈଠକ ଡାକିଥିଲେ । ଯେଉଁଥିରେ ତାଙ୍କ କ୍ୟାବିନେଟର ମନ୍ତ୍ରୀ, ଏମପି, ବିଧାୟକ ଓ ସ୍ୱାସ୍ଥ୍ୟ ବିଭାଗ ସହ ଜଡିତ ଅଧିକାରୀ ସାମିଲ ହୋଇଥିଲେ । ଏହି ବୈଠକରେ ସ୍ଥିତିର ସମିକ୍ଷା କରାଯାଇଥିଲା । ଏହାସହ ଘଟଣାର ଯାଞ୍ଚ ପାଇଁ ଏସଆଇଟିର ୫ ସଦସ୍ୟ ବିଶିଷ୍ଟ ସମିତି ଗଠନ କରାଯାଇଛି । ଏହି ଘଟଣା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟୁଇଟ କରି ସମବେଦନା ଜଣାଇଛନ୍ତି । ସେ ଲେଖିଛନ୍ତି ଗୁଜରାଟର ମୋରବିରେ ହୋଇଥିବା ଏହି ଘଟଣା ପାଇଁ ମୁଁ ଚିନ୍ତିତ । ମୋର ସମ୍ବେଦନା ପ୍ରଭାବିତ ଲୋକଙ୍କ ପ୍ରତି ରହିଛି ।
ସୂଚନାଯୋଗ୍ୟ, ଆବଶ୍ୟକତାଠାରୁ ଅଧିକ ଲୋକ ପୋଲ ଉପରେ ଥିବାରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି । ପୋଲଟି ପ୍ରଥମେ ଦୋହଲିବା ସହ ଲଟକି ଯାଇ ମଡ ମଡ ହୋଇ ଭାଙ୍ଗି ପଡିଥିବା ପ୍ରତ୍ୟକ୍ଷଦର୍ଶୀ କହୁଛନ୍ତି । ଉଦ୍ଧାର କାର୍ଯ୍ୟରେ ସ୍ଥାନୀୟ ଲୋକେ ଖୁବ୍ ସହଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?