Posted inଖେଳ

କ୍ୱାଲିଫାୟର୍‌-୨ରେ ଘାତକ ହୋଇପାରନ୍ତି ଶୁବମନ

ଅହମଦାବାଦ,୨୫ା୫: ଇଣ୍ଡିଆନ ପ୍ରିମିୟର୍‌ ଲିଗ୍‌(ଆଇପିଏଲ)ର କ୍ୱାଲିଫାୟର-୨ରେ ପରସ୍ପରକୁ ଭେଟିବେ ଡିଫେଣ୍ଡିଂ ଚାମ୍ପିୟନ ଗୁଜରାଟ ଟାଇଟନ୍ସ ଓ ୫ ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ। ଲକ୍ଷ୍ନୌକୁ ୮୧ ରନ୍‌ରେ ପରାସ୍ତ କରି କ୍ୱାଲିଫାୟର-୨ରେ ପହଞ୍ଚିଛି ମୁମ୍ବାଇ।

ଶୁକ୍ରବାର ବିଶ୍ୱର ସର୍ବବୃହତ୍‌ ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଉଭୟ ଦଳ ପରସ୍ପର ସମ୍ମୁଖୀନ ହେବେ। ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସ ନିକଟରୁ ପରାଜିତ ହୋଇ ଗୁଜରାଟ କ୍ୱାଲିଫାୟର-୨ ଖେଳୁଥିଲେ ହେଁ ଦଳକୁ ହେୟଜ୍ଞାନ କରିହେବ ନାହିଁ। ଓପନର ଶୁବମନ ଗିଲ୍‌ ଦଳର ମୁଖ୍ୟ ଶକ୍ତି ରହିଛନ୍ତି। ଚେନ୍ନାଇ ବିପକ୍ଷରେ ସେ ଫେଲ୍‌ ମାରିଥିଲେ ମଧ୍ୟ ମୁମ୍ବାଇ ପାଇଁ ସେ ଘାତକ ସାବ୍ୟସ୍ତ ହୋଇପାରନ୍ତି। ୧୫ ମ୍ୟାଚ୍‌ରୁ ୫୫.୫୩ ଆଭରେଜ ସହ ସେ ୭୨୨ ରନ୍‌ କରିଛନ୍ତି। ଗୁଜରାଟର ଅନ୍ୟତମ ଶ୍ରେଷ୍ଠ ବ୍ୟାଟର ବିଜୟ ଶଙ୍କରଙ୍କଠାରୁ ସେ ୪୨୧ ରନ୍‌ ଆଗରେ ରହିଛନ୍ତି। ବିଗତ ୪ ମ୍ୟାଚ୍‌ରେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟାଟ ଚାଲି ନ ଥିବା ବେଳେ ଦଳ ତାଙ୍କଠାରୁ ବଡ ଇନିଂସ ଆଶା କରିବ। ଚଳିତ ସିଜନରେ ଉଭୟ ଦଳ ପରସ୍ପରକୁ ଥରେ ଲେଖାଏ ହରାଇଛନ୍ତି। ପ୍ରଥମ ମ୍ୟାଚ୍‌ରେ ଗୁଜରାଟ ୫୫ ରନରେ ବିଜୟୀ ହୋଇଥିବା ବେଳେ ଦ୍ୱିତୀୟ ମ୍ୟାଚକୁ ମୁମ୍ବାଇ ୨୭ ରନ୍‌ରେ ଜିତିଥିଲା। ବୋଲିଂ ବିଭାଗରେ ଗୁଜରାଟ ସାମାନ୍ୟ ଶକ୍ତିଶାଳୀ ମନେହେଉଛି। ପର୍ପଲ କ୍ୟାପ୍‌ ହୋଲ୍ଡର ମହମ୍ମଦ ଶାମିଙ୍କ ସହିତ ରଶିଦ୍‌ ଖାନ୍‌ ଓ ନୁର ଅହମଦଙ୍କ ଭଳି ବୋଲର ଦଳ ନିକଟରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri