Posted inଖେଳ

କ୍ୱାଲିଫାୟର୍‌-୨ରେ ଘାତକ ହୋଇପାରନ୍ତି ଶୁବମନ

ଅହମଦାବାଦ,୨୫ା୫: ଇଣ୍ଡିଆନ ପ୍ରିମିୟର୍‌ ଲିଗ୍‌(ଆଇପିଏଲ)ର କ୍ୱାଲିଫାୟର-୨ରେ ପରସ୍ପରକୁ ଭେଟିବେ ଡିଫେଣ୍ଡିଂ ଚାମ୍ପିୟନ ଗୁଜରାଟ ଟାଇଟନ୍ସ ଓ ୫ ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ। ଲକ୍ଷ୍ନୌକୁ ୮୧ ରନ୍‌ରେ ପରାସ୍ତ କରି କ୍ୱାଲିଫାୟର-୨ରେ ପହଞ୍ଚିଛି ମୁମ୍ବାଇ।

ଶୁକ୍ରବାର ବିଶ୍ୱର ସର୍ବବୃହତ୍‌ ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଉଭୟ ଦଳ ପରସ୍ପର ସମ୍ମୁଖୀନ ହେବେ। ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସ ନିକଟରୁ ପରାଜିତ ହୋଇ ଗୁଜରାଟ କ୍ୱାଲିଫାୟର-୨ ଖେଳୁଥିଲେ ହେଁ ଦଳକୁ ହେୟଜ୍ଞାନ କରିହେବ ନାହିଁ। ଓପନର ଶୁବମନ ଗିଲ୍‌ ଦଳର ମୁଖ୍ୟ ଶକ୍ତି ରହିଛନ୍ତି। ଚେନ୍ନାଇ ବିପକ୍ଷରେ ସେ ଫେଲ୍‌ ମାରିଥିଲେ ମଧ୍ୟ ମୁମ୍ବାଇ ପାଇଁ ସେ ଘାତକ ସାବ୍ୟସ୍ତ ହୋଇପାରନ୍ତି। ୧୫ ମ୍ୟାଚ୍‌ରୁ ୫୫.୫୩ ଆଭରେଜ ସହ ସେ ୭୨୨ ରନ୍‌ କରିଛନ୍ତି। ଗୁଜରାଟର ଅନ୍ୟତମ ଶ୍ରେଷ୍ଠ ବ୍ୟାଟର ବିଜୟ ଶଙ୍କରଙ୍କଠାରୁ ସେ ୪୨୧ ରନ୍‌ ଆଗରେ ରହିଛନ୍ତି। ବିଗତ ୪ ମ୍ୟାଚ୍‌ରେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟାଟ ଚାଲି ନ ଥିବା ବେଳେ ଦଳ ତାଙ୍କଠାରୁ ବଡ ଇନିଂସ ଆଶା କରିବ। ଚଳିତ ସିଜନରେ ଉଭୟ ଦଳ ପରସ୍ପରକୁ ଥରେ ଲେଖାଏ ହରାଇଛନ୍ତି। ପ୍ରଥମ ମ୍ୟାଚ୍‌ରେ ଗୁଜରାଟ ୫୫ ରନରେ ବିଜୟୀ ହୋଇଥିବା ବେଳେ ଦ୍ୱିତୀୟ ମ୍ୟାଚକୁ ମୁମ୍ବାଇ ୨୭ ରନ୍‌ରେ ଜିତିଥିଲା। ବୋଲିଂ ବିଭାଗରେ ଗୁଜରାଟ ସାମାନ୍ୟ ଶକ୍ତିଶାଳୀ ମନେହେଉଛି। ପର୍ପଲ କ୍ୟାପ୍‌ ହୋଲ୍ଡର ମହମ୍ମଦ ଶାମିଙ୍କ ସହିତ ରଶିଦ୍‌ ଖାନ୍‌ ଓ ନୁର ଅହମଦଙ୍କ ଭଳି ବୋଲର ଦଳ ନିକଟରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri