ଗୁଜରାଟରେ ୩୧ ଡିସେମ୍ବର ପର୍ଯ୍ୟନ୍ତ ବଢିଲା ନାଇଟ୍ କର୍ଫ୍ୟୁ

ଗାନ୍ଧିନଗର,୨୧ ।୧୨: ଗୁଜରାଟର ଭଦୋଦରାରେ ସୋମବାର ବ୍ରିଟେନରୁ ଫେରିଥିବା ଜଣେ ମହିଳା ଓମିକ୍ରନ୍ ଦ୍ୱାରା ସଂକ୍ରମିତ ହୋଇଥିବା ଜଣାପଡିଛି । ୨୭ ବର୍ଷିୟା ମହିଳାଙ୍କ ନିକଟରେ କୌଣସି ଲକ୍ଷଣ ଦେଖାଯାଇ ନ ଥିବା ବେଳେ ସେ କିନ୍ତୁ ଓମିକ୍ରନରେ ସଂକ୍ରମିତ ହୋଇଛନ୍ତି । ବ୍ରିଟେନରୁ ମୁମ୍ବାଇ ଦେଇ ସେ ଗୁଜରାଟ ଫେରିଥିବା ବେଳେ ବିମାନ ବନ୍ଦରରେ ଟେଷ୍ଟ ସମୟରେ ତାଙ୍କର କରୋନା ରିପୋର୍ଟ ନେଗେଟିଭ ଆସିଥିଲା । ଏହାପରେ ତାଙ୍କୁ ଜ୍ୱର ହେବାରୁ ସେ କରୋନା ଟେଷ୍ଟ କରିଥିଲେ ଏଥିରେ ସେ ଓମିକ୍ରନ୍ ଭାରିଏଣ୍ଟ ଦ୍ୱାରା ସଂକ୍ରମିତ ହୋଇଥିବା ଜଣାପଡିଥିଲା । ଏହାକୁ ନେଇ ଏବେ ଗୁଜରାଟରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୧୨ରେ ପହଞ୍ଚିଛି । ମହିଳା ଜଣକ ୧୩ ଡିସେମ୍ବରରେ ବ୍ରିଟେନରୁ ଫେରିଥିଲେ । ଅନ୍ୟପଟେ ରାଜ୍ୟରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ସରକାର ନାଇଟ୍ କର୍ଫ୍ୟୁର ଅବଧିକୁ ବୃଦ୍ଧି କରିଛନ୍ତି । ସେଠାରେ ୩୧ ଡିସେମ୍ବର ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ରହିବ । ଦିନ ୧ଟାରୁ ଭୋର ୫ଟା ପର୍ଯ୍ୟନ୍ତ ଅହମଦାବାଦ, ସୁରଟ, ରାଜକୋଟ, ଜୁନାଗଡ, ଜାମନଗର, ଭାବନଗର, ଗାନ୍ଧିନଗର ଓ ଭଦୋଦରାରେ ଏହି ନାଇଟ୍ କର୍ଫ୍ୟୁ ଲାଗୁ କରାଯିବ । ନୂଆ ଗାଡଲାଇନ ଅନୁଯାୟୀ ନାଇଟ କର୍ଫ୍ୟୁର ଅବଧିକୁ ୩୧ ଡିସେମ୍ବର କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri