Posted inଜାତୀୟ

ଗୁଜରାଟ ବିଧାନସଭା ପାଇଁ ଆଜି ଦ୍ୱିତୀୟ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ ଗ୍ରହଣ, ଅହମଦାବାଦରେ ଭୋଟେ ଦେବେ ମୋଦି-ଶାହା

ଅହମଦାବାଦ,୫ ।୧୨: ଗୁଜରାଟ ବିଧାନସଭା ନିର୍ବାଚନର ସୋମବାର ହେଉଛି ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ । ଏହି ପର୍ଯ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଅହମଦାବାଦରୁ ଭୋଟ ଦେବେ ବୋଲି ଜଣାପଡିଛି । ନିଜ ପୈତୃକ ରାଜ୍ୟକୁ ଆସିଥିବା ମୋଦି ସୋମବାର ସକାଳେ ଅହମଦାବାଦର ନିଶାନ ସ୍କୁଲରେ ଭୋଟ ଦେବେ । ଏହା ପୂର୍ବରୁ ରବିବାର ମୋଦି ତାଙ୍କ ମାଆ ହିରାବେନ ମୋଦିଙ୍କୁ ତାଙ୍କ ଗାନ୍ଧିଗନର ସ୍ଥିତ ବାସଭନରେ ସାକ୍ଷାତ୍ କରିଥିଲେ । ଏହାସହ ପାଦଛୁଇଁ ମାଆଙ୍କ ଆଶୀର୍ବାଦ ବି ନେଇଥିଲେ । କେବଳ ସେତିକି ନୁହେଁ ମାଆଙ୍କ ସହ ମିଶି ଏକାଠି ସନ୍ଧ୍ୟାର ଚା’ ବି ପିଇଥିଲେ ।
ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅହମଦାବାଦରେ ଥିବା ନାରନପୁରର ଅଙ୍କୁରରେ କାମେଶ୍ୱର ମନ୍ଦିର ନିକଟ, ନଗର ନିଗମ ଉପ କ୍ଷେତ୍ରୀୟ କାର୍ଯ୍ୟାଳୟରେ ଭୋଟ ଦେବେ । ଶାହା ସକାଳ ପ୍ରାୟ ୧୦ଟା ୩୦ରେ ମତଦାନ କେନ୍ଦ୍ରରେ ପହଞ୍ଚିଯିବେ ବୋଲି ଅନୁମାନ କରାଯାଉଛି । ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ବି ସୋମବାର ଅହମଦାବାଦର ବୁଥ ନମ୍ବର ୯୫, ଶିଲାଜ ପ୍ରାଇମେରୀ ସ୍କୁଲରେ ଭୋଟ ଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri