Posted inଖେଳ

ଗୁଜରାଟ, ଆର୍‌ସିବି, ପଞ୍ଜାବ ପ୍ଲେଅଫ୍‌ରେ

ନୂଆଦିଲ୍ଲୀ,୧୮ା୫: ଅଧିନାୟକ ଶୁବମନ ଗିଲ ଓ ସାଇ ସୁଦର୍ଶନଙ୍କ ଅବିଭାଜିତ ଦ୍ୱିଶତକୀୟ ଓପନିଂ ଭାଗୀଦାରି ବଳରେ ଗୁଜରାଟ ଜାଏଣ୍ଟ୍ସ (ଜିଟି) ୧୦ ଉଇକେଟରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ପରାସ୍ତ କରିଛି। ଏହି ବିଜୟ ସହ ଗୁଜରାଟ, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଓ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ପ୍ଲେଅଫ୍‌ରେ ପ୍ରବେଶ କରିଛନ୍ତି।

ଲୋକେଶ ରାହୁଲଙ୍କ ଅପରାଜିତ ଶତକ ବେକାର ହୋଇଛି। ଦିଲ୍ଲୀ ଦ୍ୱାରା ପ୍ରଦତ୍ତ ୨୦୦ ରନର ଟାର୍ଗେଟକୁ ଗୁଜରାଟ ୧୯ ଓଭରରେ ବିନା ଉଇକେଟରେ ହାସଲ କରି ନେଇଥିଲା। ଏହା ଗୁଜରାଟର ନବମ ବିଜୟ ହୋଇଥିବା ବେଳେ ଦିଲ୍ଲୀ ଲାଗି ଏହା ପଞ୍ଚମ ପରାଜୟ। ପରାଜୟ ସତ୍ତ୍ୱେ ଦିଲ୍ଲୀର ପ୍ଲେଅଫ୍‌ରେ ସ୍ଥାନ ପକ୍କା କରିବାର ଆଶା ଉଜ୍ଜୀବିତ ରହିଛି। ଏହି ମ୍ୟାଚ୍‌ ଜରିଆରେ ଟି୨୦ କ୍ୟାରିୟରରେ ରାହୁଲ ୮ ହଜାର ଓ ଶୁବମନ ୫ ହଜାର ରନ ପୂରଣ କରିଛନ୍ତି।

ପାଇ ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ୨୦ ଓଭରରେ ୩ ଉଇକେଟ ହରାଇ ୧୯୯ ରନ କରିଥିଲା। ଦଳ ପାଇଁ ରାହୁଲ ୬୫ ବଲରେ ଅପରାଜିତ ୧୧୨ ରନର ଶତକୀୟ ପାଳି ଖେଳିଥିଲେ। ଏହା ତାଙ୍କ ଆଇପିଏଲ୍‌ କ୍ୟାରିୟରର ପଞ୍ଚମ ଶତକ ଥିଲା। ତାଙ୍କ ଇନିଂସରେ ୧୪ ଚୌକା ଓ ୪ ଛକା ସାମିଲ ଥିଲା।

ଜବାବରେ ଅଧିନାୟକ ଗିଲ ଓ ସୁଦର୍ଶନ ଦଳକୁ ବିସ୍ଫୋରକ ଆରମ୍ଭ ପ୍ରଦାନ କରିଥିଲେ। ଦୁହେଁ ଅବିଭାଜିତ ପ୍ରଥମ ଉଇକେଟରେ ୨୦୫ ରନ କରି ଦଳକୁ ଜିତାଇଥିଲେ। ସୁଦର୍ଶନ ୬୧ ବଲରେ ୧୨ ଚୌକା ଓ ୪ ଛକା ୧୦୮ ରନ କରିଥିଲେ। ଏହା ତାଙ୍କ ଆଇପିଏଲ୍‌ କ୍ୟାରିୟରର ଦ୍ୱିତୀୟ ଶତକ ଥିଲା। ସେହିଭଳି ଗିଲ ୫୩ ବଲରେ ୩ ଚୌକା ଓ ୭ ଛକା ସହିତ ୯୩ ରନ କରି ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri