Posted inଜାତୀୟ

କେଉଁ ସରକାରଙ୍କ ସମୟରେ ଗୁଜରାଟରେ ଦଙ୍ଗା ହୋଇଥିଲା ?

ନୂଆଦିଲ୍ଲୀ,୨।୧୨: ୨୦୦୨ରେ ଗୁଜରାଟରେ ମୁସଲମାନ ବିରୋଧୀ ହିଂସା କେଉଁ ସରକାରଙ୍କ ଅମଳରେ ସଂଗଠିତ ହୋଇଥିଲା ? ଏଭଳି ଏକ ମଲ୍ଟିପୁଲ ଚୟସ ପ୍ରଶ୍ନ ଆସିଥିଲା ଦ୍ୱାଦଶ ଶ୍ରେଣୀର ସମାଜ ବିଜ୍ଞାନ (ସୋସିଓଲୋଜି) ଟର୍ମ ୧ ଏକ୍ସାମରେ। ପ୍ରଶ୍ନର ଉତ୍ତର ପାଇଁ ୪ଟି ବିକଳ୍ପ ଥିଲା, ଯାହାକି ‘କଂଗ୍ରେସ, ଭାଜପା, ଡେମୋକ୍ରାଟିକ୍‌, ରିପବ୍ଲିକାନ’।

ଏଭଳି ପ୍ରଶ୍ନ ଅନୁଚିତ। ଆଉ ଏହି ତ୍ରୁଟିକୁ ସ୍ବୀକାର କରୁଛି ବୋଲି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଟୁଇଟ୍‌ କରିଛି।

”ଆଜି ଦ୍ୱାଦଶ ଶ୍ରେଣୀର ସାମାଜିକ ବିଜ୍ଞାନ ଟର୍ମ ୧ ପରୀକ୍ଷାରେ ଏକ ଅନୁଚିତ ପ୍ରଶ୍ନ କରାଯାଇଛି। ଏହା ବାହ୍ୟ ବିଷୟ ଲାଗି ଧାର୍ଯ୍ୟ ସିବିଏସ୍‌ଇ ଗାଇଡଲାଇନକୁ ଭଙ୍ଗ କରୁଛି। ଏଭଳି ତ୍ରୁଟିକୁ ବୋର୍ଡ ସ୍ବୀକାର କରୁଛି। ଏଥିଲାଗି ଦାୟୀ ବ୍ୟକ୍ତିଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ“ ବୋଲି ବୋର୍ଡ କୁହାଯାଇଛି।

ଉଲ୍ଲେଖଯୋଗ୍ୟ, ୨୦୦୨ରେ ସାବରମତୀ ଏକ୍ସପ୍ରେସର ଏକ କୋଚ୍‌କୁ ଗୁଜରାଟର ଗୋଧ୍ରାରେ ଜାଳି ଦିଆଯାଇଥିଲା। ସେଥିରେ ପ୍ରାଣ ହରାଇଥିଲେ ୫୯ ହିନ୍ଦୁ ସାଧୁ। ଏହାକୁ କେନ୍ଦ୍ର କରି ସଂଗଠିତ ଦଙ୍ଗାରେ ହଜାର ହଜାର ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାର କ୍ଲୋଜର ରିପୋର୍ଟ ଦାଖଲ କରାଯାଇଥିଲା ୨୦୧୨ ଫେବୃୟାରୀରେ। ସ୍ବତନ୍ତ୍ର ତଦନ୍ତକାରୀ ଦଳ ଅଭିଯୁକ୍ତଙ୍କ ତାଲିକାରୁ ସେତେବେଳର ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ୬୩ ଜଣଙ୍କୁ ମୁକ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri