Posted inଖେଳ

୧୩୫ ରନ୍‌ରେ ଅଟକିଲା ଗୁଜରାଟ

ଲକ୍ଷ୍ନୌ,୨୨।୪: ଭରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୩୦ତମ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଅଧିନାୟକ ପାଣ୍ଡ୍ୟାଙ୍କ ଗୁରୁତ୍ୱପୂର୍ଣ୍ଣ ଅର୍ଦ୍ଧଶତକ ବଳରେ ଗୁଜରାଟ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୧୩୫ ରନ୍‌ କରିଥିଲା। ଫଳରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଆଗରେ ୧୩୬ ରନ୍‌ ଟାର୍ଗେଟ ରଖିଛି ଗୁଜରାଟ।

ଗୁଜରାଟର ଦୁଇ ଓପନର ରିଦ୍ଧିମାନ ସାହା ଏବଂ ଶୁଭମାନ୍‌ ଗିଲ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲେ। ହେଲେ ଦଳକୁ ପ୍ରାରମ୍ଭିକ ଝଟ୍‌କା ଲାଗିଥିଲା। ଦଳୀୟ ସ୍କୋର ୪ ରନ୍‌ ହୋଇଥିବା ବେଳେ ଶୁଭମାନ୍‌ ଖାତା ଖୋଲି ନ ପାରି ଆଉଟ୍‌ ହୋଇଯାଇଥିଲେ। ହେଲେ ଦ୍ୱିତୀୟ ନମ୍ବରରେ ଅଧିନାୟକ ପାଣ୍ଡ୍ୟା ବ୍ୟାଟିଂ କରିବାକୁ ଆସି ୫୦ ବଲ୍‌ରେ ୬୬ ରନର୍‌(୨ ଚୌକା ଏବଂ ୪ ଛକ୍କା) ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ସେହିପରି ରିଦ୍ଧିମାନ ସାହା ଉପଯୋଗୀ ୪୭ ରନ୍‌ କରିଥିବା ବେଳେ ଅଭିନାଭ ମନୋହର ୩ ରନ୍‌ କରି ବିଫଳ ହୋଇଥିଲେ। ବିଜୟ ଶଙ୍କର ୧୦ ରନ୍‌ କରିଥିବା ବେଳେ ଡେଭିଡ୍‌ ମିଲର ୬ରନ୍‌ କରିବାରେ ସକ୍ଷମ ହୋଇଥିଲେ। ରାହୁଲ ତେୱାଟିଆ ୨ ରନ୍‌ କରି ନଟ୍‌ ଆଉଟ ରହିଥିଲେ। ଫଳରେ ଗୁଜରାଟ ୧୩୫ରନ୍‌ କରିବାରେ ସକ୍ଷମ ହୋଇଥିଲା। ଲକ୍ଷ୍ନୌର କ୍ରୁନାଲ ପାଣ୍ଡ୍ୟା ଏବଂ ମାର୍କସ ଷ୍ଟୋଇନିସ ୨ଟି ଲେଖାଏ ଉଇକେଟ ନେଇଥିବା ବେଳେ ନବୀନ-ଉଲ୍‌-ହକ ଓ ଅମିତ ମିଶ୍ର ଗୋଟିଏ ଲେଖାଏ ଉଇକେଟ ନେବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri