ମିଲରଙ୍କ ବିସ୍ଫୋରକ ବ୍ୟାଟିଂ: ଚେନ୍ନାଇକୁ ହରାଇଲା ଗୁଜରାଟ

ପୁଣେ,୧୭।୪: ଆଇପିଏଲ୍‌ ୨୦୨୨ର ୨୯ତମ ମ୍ୟାଚ୍‌ ରେ ଗୁଜରାଟ ଟାଇଟାନ୍ସ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସକୁ ୩ ଉଇକେଟରେ ପରାସ୍ତ କରିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଚେନ୍ନାଇ ୫ ଉଇକେଟ୍‌ ହରାଇ ୧୬୯ ରନ୍‌ ସଂଗ୍ରହ କରିଥିଲା। ଫଳରେ ଗୁଜରାଟକୁ ୧୭୦ ରନ୍‌ର ବିଜୟ ଲକ୍ଷ୍ୟ ମିଳିଥିଲା। ଏହାର ଜବାବରେ ଗୁଜରାଟ ୭ ଉଇକେଟ ହରାଇ ଲଷ୍ୟ ହାସଲ କରିଥିଲା। ଦଳ ପକ୍ଷରୁ ଡେଭିଡ୍ ମିଲର୍ ବିସ୍ଫୋରକ ବ୍ୟାଟିଂ କରି ୫୧ ବଲରୁ ୯୪ ରନ୍ ର ପାଳି ଖେଳିଥିଲେ। ସେହିପରି ଗୁଜରାଟର ନିୟମିତ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନରେ ଦଳର ନେତୃତ୍ୱ ନେଉଥିବା ରଶିଦ ଖାନ୍ ୨୧ ବଲରୁ ୪୦ ରନ୍ କରିଥିଲେ।
ଚେନ୍ନାଇକୁ ଇନିଂସ ଆରମ୍ଭରୁ ଦୁଇଟି ଝଟ୍‌କା ଲାଗିବା ପରେ ଅମ୍ବତି ରାଇଡୁ ରିତୁରାଜ ଗାଇକ୍ୱାଡଙ୍କ ସହ ଇନିଂସ ସମ୍ଭାଳିଥିଲେ। ତୃତୀୟ ଉଇକେଟ ପାଇଁ ୫୬ଟି ବଲରେ ଉଭୟ ୯୨ ରନର ଭାଗିଦାରୀ କରିଥିଲେ। ରିତୁରାଜ ଫର୍ମକୁ ଫେରି ଚଳିତ ସିଜିନ୍‌ର ପ୍ରଥମ ଅର୍ଦ୍ଧଶତକ ହାସଲ କରିଥିଲେ। ମୋଟ ଉପରେ, ଏହା ତାଙ୍କର ଅଷ୍ଟମ ଅର୍ଦ୍ଧଶତକ ଥିଲା। ଏଥି ସହିତ, ରାଇଡୁ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ। ଚାରି ଚୌକା ଓ ଦୁଇଟି ଛକା ସହାୟତାରେ ୩୧ଟି ବଲରେ ରାଇଡୁ ୪୬ ରନ କରି ଆଉଟ୍‌ ହୋଇଥିଲେ। ଏଥିସହ ରିତୁରାଜଙ୍କୁ ୪୮ଟି ବଲରେ ୭୩ ରନ କରିଥିଲେ। ଏଥିରେ ପାଞ୍ଚ ଚୌକା ଓ ପାଞ୍ଚ ଛକା ସାମିଲ ଥିଲା। ୧୭ଟି ବଲରୁ ଶିବମ ଦୁବେ ୧୯ ରନ ସଂଗ୍ରହ କରିଥିଲେ ଏବଂ ଅଧିନାୟକ ରବିନ୍ଦ୍ର ଜାଡେଜା ୧୨ଟି ବଲରୁ ଅପରାଜିତ ୨୨ ରନ କରିଥିଲେ। ଗୁଜରାଟ ପକ୍ଷରୁ ଅଲଜାରୀ ଜୋସେଫ ଦୁଇଟି ଉଇକେଟ ନେଇଥିଲେ। ମହମ୍ମଦ ଶାମି ଏବଂ ୟଶ ଦିନଲ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ଗୁଜରାଟ୍ ଏପର୍ଯ୍ୟନ୍ତ ୬ଟି ମ୍ୟାଚ ମଧ୍ୟରୁ ୫ଟି ରେ ଜିତିଛି। ଏଥି ସହିତ ଚେନ୍ନାଇର ଦଳ ୬ଟି ମ୍ୟାଚ ମଧ୍ୟରୁ ୫ଟିରେ ହାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri