Posted inଖେଳ

IPL 2025: ମ୍ୟାଚ୍ ମଝିରେ ଆହତ ହେଲେ ଗୁଜରାଟ ଟାଇଟାନ୍ସ ଷ୍ଟାର, ଯନ୍ତ୍ରଣାରେ ଛଟପଟ ହୋଇ ପଡିଆ ଛାଡ଼ିଲେ

ହାଇଦ୍ରାବାଦ,୬।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଚଳିତ ସିଜିନ୍ ର ୧୯ ତମ ମୁକାବିଲା ଖେଳାଯାଉଛି। ଏହି ମୁକାବିଲାରେ ଟସ୍ ଗୁଜରାଟ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। କିନ୍ତୁ ପାୱାରପ୍ଲେ ସମୟରେ ଦଳକୁ ବଡ଼ ଝଟକା ଲାଗିଛି। ଷ୍ଟାର ଖେଳାଳି ଗ୍ଲେନ୍ ଫିଲିଫ୍ସ ଫିଲ୍ଡିଂ ସମୟରେ ଆହତ ହୋଇ ପଡିଆ ଛାଡିଥିଲେ।

ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିଫ୍ସଙ୍କୁ ଗୁଜରାଟ ଟାଇଟାନ୍ସ ଆଇପିଏଲ ୨୦୨୫ ମେଗା ନିଲାମୀରେ ମୂଳ ମୂଲ୍ୟ ୨ କୋଟି ଟଙ୍କାରେ କିଣିଛି। ତେବେ ଏପର୍ଯ୍ୟନ୍ତ ତାଙ୍କୁ ଗୋଟିଏ ମ୍ୟାଚ ଖେଳିବାର ସୁଯୋଗ ମିଳିନାହିଁ। ତେବେ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଉଥିବା ମ୍ୟାଚରେ ତାଙ୍କୁ ଖେଳାଳି ଭାବେ ଫିଲ୍ଡିଂ କରିବାକୁ ଆସି ଆହତ ହୋଇଛନ୍ତି।

ପ୍ରକୃତରେ, ଷଷ୍ଠ ଓଭରରେ, ପ୍ରସିଦ୍ଧ କ୍ରିଷ୍ଣାଙ୍କ ବଲ୍ ରେ ଇଶାନ କିଶାନ ବଲକୁ ଖେଳିଦେଇ ଏବଂ ଏକ ରନ ସଂଗ୍ରହ କରିଥିଲେ। ତା’ପରେ ଗ୍ଲେନ୍ ଫିଲିପ୍ସ ବଲଟିକୁ ସଂଗ୍ରହ କରି ଫିଙ୍ଗି ଦେଇଥିଲେ ଏବଂ ତା’ପରେ ସେ ଯନ୍ତ୍ରଣାରେ ଛଟପଟ ହେଉଥିବା ଦେଖାଯାଇଥିଲା। ତାଙ୍କର ହ୍ୟାମଷ୍ଟ୍ରିଙ୍ଗ୍‌ରେ ସମସ୍ୟା ଥିଲା ଏବଂ ସେ ପଡ଼ିଆରେ ଶୋଇ ପଡ଼ିଥିଲେ। ଏହା ଜଣାପଡୁଥିଲା ଯେ ଥ୍ରୋ କରିବା ସମୟରେ ତାଙ୍କର ହାମଷ୍ଟ୍ରିଙ୍ଗ୍ ଟାଣି ହୋଇଯାଇଥିଲା। ତାଙ୍କୁ ଯନ୍ତ୍ରଣା ହେଉଥିବା ଦେଖି, ଫିଜିଓ ତୁରନ୍ତ ପଡ଼ିଆକୁ ଆସିଥିଲେ ଏବଂ ଯେତେବେଳେ ଫିଲିପ୍ସଙ୍କ ଅବସ୍ଥାରେ ଉନ୍ନତି ନ ହେଲା, ତାଙ୍କୁ ପଡ଼ିଆରୁ ବାହାରକୁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri