Posted inଖେଳ

ଶୀର୍ଷରେ ପହଞ୍ଚିଲା ଗୁଜରାଟ

ମୁମ୍ବାଇ, ୧୪ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଗୁରୁବାର ଅନୁଷ୍ଠିତ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ୩୭ ରନରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏଥିସହ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ଦଳ ବିଜୟ ପଥକୁ ଫେରିଛି। ଲକ୍ଷ୍ନୌ, ଦିଲ୍ଲୀ ଓ ପଞ୍ଜାବକୁ ହରାଇବାପରେ ଗୁଜରାଟ ପୂର୍ବ ମ୍ୟାଚରେ ହାଇଦ୍ରାବାଦଠାରୁ ହାରି ଯାଇଥିଲା। ଏଠାରେ ଗୁଜରାଟ ୨୦ ଓଭରରେ ୪ ଉଇକେଟ ହରାଇ ୧୯୨ ରନ କରିଥିବା ବେଳେ ରାଜସ୍ଥାନ ୨୦ ଓଭରରେ ୯ ଉଇକେଟ ହରାଇ ୧୫୫ ରନ କରିବାକୁ ସକ୍ଷମ ହୋଇଥିଲା। ୫ ମ୍ୟାଚରୁ ୪ର୍ଥ ବିଜୟ ସହ ଗୁଜରାଟ ଟାଇଟାନ୍ସ ପଏଣ୍ଟ ଟେବୁଲର ଶୀର୍ଷକୁ ଫେରିଛି। ଅନ୍ୟପକ୍ଷରେ ୫ ମ୍ୟାଚରୁ ଦ୍ୱିତୀୟ ପରାଜୟ ସହ ରାଜସ୍ଥାନ ତୃତୀୟ ସ୍ଥାନକୁ ଖସିଛି।

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେବା ଧାରା ଆଇପିଏଲରେ ଜାରି ରହିଥିଲା। ସଞ୍ଜୁ ସାମ୍‌ସନ ମଧ୍ୟ କିଛି ଭିନ୍ନ କରି ନ ଥିଲେ। ଆମନ୍ତ୍ରଣ ପାଇ ବ୍ୟାଟିଂ କରିଥିବା ଗୁଜରାଟ ପାଓ୍ବାରପ୍ଲେ ମଧ୍ୟରେ ମାଥ୍ୟୁ ଓ୍ବେଡ୍‌ (୧୨), ବିଜୟ ଶଙ୍କର (୨), ଶୁବମନ ଗିଲ (୧୩)ଙ୍କ ଉଇକେଟ ହରାଇଥିଲା। ଏହାପରେ ଅଭିନବ ମନୋହରଙ୍କ ସହ ମିଶି ଅଧିନାୟକ ହାର୍ଦ୍ଦିକ ଚତୁର୍ଥ ଉଇକେଟରେ ୮୬ ରନ୍‌ ଯୋଡ଼ିଥିଲେ। ମନୋହର ୪ ଚୌକା ଓ ୨ ଛକା ସହାୟତାରେ ୪୩ ରନ୍‌ କରିଥିଲେ। ଅନ୍ତିମ ୪ ଓଭରରେ ହାର୍ଦ୍ଦିକ ଓ ମିଲର ବିସ୍ଫୋରକ ବ୍ୟାଟିଂ କରି ୫୩ ରନ୍‌ ଯୋଡ଼ିଥିଲେ। ଯାହାଫଳରେ ଗୁଜରାଟ ୨୦ ଓଭରରେ ୪ ଉଇକେଟ ହରାଇ ୧୯୨ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ପାଣ୍ଡ୍ୟାଙ୍କ ୮୭ ରନ୍‌ର ଅପରାଜିତ ଇନିଂସରେ ୮ ଚୌକା ଓ ୪ ଛକା ସାମିଲ ଥିଲା। ସେହିଭଳି ମିଲର ୧୪ ବଲରେ ୫ ଚୌକା ଓ ୧ ଛକା ସହାୟତାରେ ଖେଳିଥିଲେ ୩୧ ରନ୍‌ର ଇନିଂସ। ରାଜସ୍ଥାନ ପକ୍ଷରୁ କୁଲଦୀପ ସେନ, ୟୁଜ୍‌ବେନ୍ଦ୍ର ଚହଲ ଏବଂ ରିୟାନ ପରାଗ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

ରାଜସ୍ଥାନ ପକ୍ଷରୁ ଟପ୍‌ ଅର୍ଡରରେ ଜୋଶ୍‌ ବଟଲର ଭଲ ଖେଳିଥିଲେ ହେଁ ଅନ୍ୟମାନଙ୍କ ବିଫଳତା ଯୋଗୁ ଦଳ ବ୍ୟାକ୍‌ଫୁଟକୁ ଚାଲି ଯାଇଥିଲା। ବଟଲର ୨୪ ବଲ୍‌ରୁ ୮ ଚୌକା ଓ ୩ ଛକା ସହାୟତାରେ ସର୍ବାଧିକ ୫୪ ରନ ସ୍କୋର କରିଥିଲେ। ମଧ୍ୟଭାଗରେ ଶିମରନ ହେଟମେର ଦ୍ୱିତୀୟ ସର୍ବାଧିକ ୨୯ ରନ କରିବାକୁ ସକ୍ଷମ ହୋଇଥିଲେ। ଗୁଜରାଟ ବୋଲରଙ୍କ ମଧ୍ୟରେ ୟାଶ୍‌ ଦୟାଲ ଓ ଲୋକି ଫର୍ଗୁସନ ୩ଟି ଲେଖାଏ ଏବଂ ମହମ୍ମଦ ଶାମି ଓ ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri