Posted inଖେଳ

ଆରମ୍ଭରୁ ଗୁଜରାଟର ବିଜୟ ଅଭିଯାନ

ଅହମଦାବାଦ,୩୧।୩: ଗୁଜରାଟର ନରେନ୍ଦ୍ର ମୋଦି କ୍ରିକେଟ୍‌ ଷ୍ଟାଡିୟମରେ ଆଇପିଏଲ୍‌ର ୧୬ତମ ସଂସ୍କରଣର ଶୁକ୍ରବାର ଉଦ୍‌ଘାଟନୀ ମ୍ୟାଚ୍‌ରେ ୫ ଉଇକେଟରେ ଗୁଜରାଟ ବିଜୟୀ ହେବା ସହ ଅଭିଯାନ ଆରମ୍ଭ କରିଛି।

ଗୁଜରାଟ ଟାଇଟନ୍ସ ଅଧିନାୟକ ହାର୍ଦ୍ଦିକ୍‌ ପାଣ୍ଡ୍ୟା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଚେନ୍ନାଇ ସୁପର କିଙ୍ଗ୍ସ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୭୮ ରନ୍‌ କରିଥିଲା। ହେଲେ ଗୁଜରାଟ ୧୯.୨ ବଲ୍‌ରେ ୫ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିଛି।

ଶୁବମନ ଗିଲ୍‌ ଏବଂ ରିଦ୍ଧିମାନ ଶାହା ଓପନିଂ କରିଥିଲେ। ହେଲେ ଦଳର ୩୭ ରନ୍‌ରେ ପ୍ରଥମ ଉଇକେଟ ଭାବେ ରିଦ୍ଧିମାନ ୨୫ ରନ୍‌ କରି ଆଉଟ୍‌ ହୋଇଯାଇଥିଲେ। ଶୁବମନ ୩୬ବଲ୍‌ରେ (୬ ଚଉକା ଏବଂ ୩ଛକା) ୬୩ ରନ୍‌ କରିଥିଲେ। ଏପରି କି ସାଇ ସୁଦର୍ଶନ ୨୨ ରନ୍‌ କରିଥିବା ବେଳେ ଅଧିନାୟକ ହାର୍ଦ୍ଦିକ୍‌ ପାଣ୍ଡ୍ୟା ୮ ରନ୍‌ କରିଥିଲେ। ସେହିପରି ଶେଷ ବେଳକୁ ରାହୁଲ ଟଓ୍ବେଟିଆ ଏବଂ ରଶିଦ୍‌ ଖାନ୍‌ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳି ଦଳକୁ ବିଜୟୀ କରାଇଥିଲେ।

ଚେନ୍ନାଇ ପକ୍ଷରୁ ରାଜବର୍ଦ୍ଧନ ହଙ୍ଗରଗେକର ସର୍ବାଧିକ ୩ ଉଇକେଟ ନେଇଥିବା ବେଳେ ରବୀନ୍ଦ୍ର ଜାଡେଜା ଏବଂ ତୁଷାର ଦେଶପାଣ୍ଡେ ଗୋଟିଏ ଲେଖାଏ ଉଇକେଟ ନେବାରେ ସକ୍ଷମ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?