Posted inଖେଳ

ଶେଷ ଓଭରରେ ଜିତିଲା ଗୁଜରାଟ

ମୋହାଲି,୧୩।୪: ମୋହାଲି ପଞ୍ଜାବ କ୍ରିକେଟ ଆସୋସିଏଶନ ଆଇ.ଏସ୍‌. ବିନ୍ଦ୍ରା ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ର ୧୮ତମ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ୬ ଉଇକେଟରେ ବିଜୟୀ ହୋଇଛି। ପଞ୍ଜାବ କିଙ୍ଗ୍ସ ୨୦ ଓଭରରେ ୮ ଉଇକେଟ ହରାଇ ୧୫୩ ରନ୍‌ କରିଥିବା ବେଳେ ଗୁଜରାଟ ୧୯.୫ ଓଭରରେ ୪ ଉଇକେଟ ହରାଇ ମ୍ୟାଚ୍‌ ଜିତି ନେଇଥିଲା।

ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଶିଖର ଧାୱନଙ୍କ ନେତୃତ୍ୱାଧୀନ ପଞ୍ଜାବ କିଙ୍ଗ୍ସ ପ୍ରାରମ୍ଭରୁ ୨ ଉଇକେଟ ହରାଇ ସଂକଟରେ ପଡ଼ିଥିଲା।  ଦୁଇ ଓପନର ପ୍ରଭସିମରନ୍‌ ସିଂ(୦) ଓ ଶିଖର ଧାଓ୍ବନ୍‌ (୮) ବିଫଳ ହୋଇଥିଲେ। ମାଥ୍ୟୁ ଶର୍ଟ ୩୬ ରନ୍‌ କରି ଇନିଂସ ସମ୍ଭାଳିବାକୁ ଚେଷ୍ଟା କରିଥିଲେ। ହେଲେ ପାଓ୍ବାର ପ୍ଲେ ଓଭର ଶେଷ ହେବାର ଠିକ୍‌ ପରେ ସେ ରଶିଦ୍‌ ଖାନଙ୍କ ଶିକାର ହୋଇଥିଲେ। ଜିତେଶ ଶର୍ମା ୨୩ ବଲ୍‌ରୁ ୨୫ ଓ ଭାନୁକା ରାଜପାକ୍ସେ ୨୬ ବଲ୍‌ରୁ ୨୦ ରନ୍‌ କରିଥିଲେ। ସାମ୍‌ କୁରାନ୍‌ ୨୨ ବଲ୍‌ରୁ ୨୨ ରନ୍‌ ସଂଗ୍ରହ କରି ଆଉଟ ହୋଇଥିଲେ। ଶେଷ ଦୁଇ ଓଭରରେ ଶାହରୁଖ ଖାନ୍‌ ୨୨ ରନ୍‌ କରିବାରୁ ଦଳ ୧୫୦ ରନ୍‌ ପାର କରିଥିଲା। ଶାହରୁଖ ୯ ବଲ୍‌ ଖେଳି ୧ ଚୌକା ଓ ୨ ଛକା ମାରିଥିଲେ। ମୋହିତ ଶର୍ମା ଦୁଇ ଉଇକେଟ ନେଇଥିବା ବେଳେ ଅନ୍ୟ ସମସ୍ତ ବୋଲର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ୧୫୪ ରନ୍‌ର ପିଛା କରୁଥିବା ଗୁଜରାଟ ପକ୍ଷରୁ ଶୁବମାନ ଗିଲ୍‌ ୬୭ ରନ୍‌ କରି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରିଦ୍ଧିମାନ ସାହା ୩୦ ଓ ସାଇ ସୁଦର୍ଶନ ୧୯ ରନ୍‌ କରିଥିଲେ। ପଞ୍ଜାବର ହରପ୍ରୀତ ବ୍ରାର, ଅର୍ଶଦୀପ ସିଂ, ସାମ୍‌ କୁରାନ୍‌ ଓ କାଗିସୋ ରବାଡା ଗୋଟିଏ ଲେଖାଏ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?