Posted inଖେଳ

ଗୁଜରାଟର ଅବିଶ୍ୱସନୀୟ ବିଜୟ

ଲକ୍ଷ୍ନୌ,୨୨।୪: ଭରତରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୩୦ତମ ଲୋସ୍କୋରିଂ ମ୍ୟାଚ୍‌ରେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ଅବିଶ୍ୱସନୀୟ ବିଜୟ ଲାଭ କରିଛି। ଦଳର ମୋହିତ ଶର୍ମାଙ୍କ ଶେଷ ଓଭରରେ ଲକ୍ଷ୍ନୌକୁ ୧୨ ରନ୍‌ ଆବଶ୍ୟକ ରହିଥିବା ବେଳେ ମାତ୍ର ୪ ରନ୍‌ କରିଥିଲା। ଏହି ଓଭରରେ କେ.ଏଲ୍‌ ରାହୁଲ ଆଉଟ୍‌ ହେବା ସହ ଅନ୍ୟ ୩ ବ୍ୟାଟର ଆଶ୍ଚର୍ଯ୍ୟଜନକ ଭାବେ ଆଉଟ୍‌ ହୋଇଥିଲେ। ଫଳରେ ଲକ୍ଷ୍ନୌ ବିଜୟ ଲକ୍ଷ୍ୟ ପୂରଣ କରିପାରି ନ ଥିଲା। ଦଳ ପକ୍ଷରୁ ଅଧିନାୟକ କେ.ଏଲ ରାହୁଲ ସର୍ବାଧିକ ୬୮ ରନ୍‌ କରିଥିଲେ ମଧ୍ୟ ମ୍ୟାଚ୍‌ ଜିତାଇ ପାରି ନ ଥିଲେ।

ଗୁଜରାଟ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିଲା। ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ଦଳ ୧୩୫ ରନ୍‌ କରିଥିଲା । ଦଳ ପକ୍ଷରୁ ହାର୍ଦ୍ଦିକ ପାଣ୍ଡ୍ୟା ସର୍ବାଧିକ ୬୬ ରନ୍‌ କରିଥିବା ବେଳେ ରିଦ୍ଧିମାନ ଶାହା ୪୭ ରନ୍‌ର ଉପଯୋଗୀ ଇନିଂସ ଖେଳିଥିଲେ। ଫଳରେ ଲକ୍ଷ୍ନୌ ଆଗରେ ୧୩୬ ରନ୍‌ର ବିଜୟ ଟାର୍ଗେଟ ରଖିଥିଲା ଗୁଜରାଟ। ୧୩୬ ରନ୍‌ର ପିଛା କରି ବ୍ୟାଟିଂ କରିବାକୁ ଆସି ଲକ୍ଷ୍ନୌ ପ୍ରାରମ୍ଭିକ ଦମ୍‌ଦାର ଷ୍ଟାର୍ଟ ଦେଇଥିଲା। ଏପରିକି ଅଧିନାୟକ କେ.ଏଲ୍‌ ରାହୁଲ ୧୯ ଓଭର ପର୍ଯ୍ୟନ୍ତ ଖେଳି ୬୮ ରନ୍‌ କରିଥିଲେ। ହେଲେ ମୋହିତ ଶର୍ମାଙ୍କ ଶେଷ ଓଭରରେ ଦଳ ୪ ଉଇକେଟ ହରାଇ ମ୍ୟାଚ୍‌ ହାତଛଡା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri