Posted inଖେଳ

ଚେନ୍ନାଇକୁ ହରାଇ ଶୀର୍ଷରେ ଗୁଜରାଟ ଟାଇଟନ୍ସ

ମୁମ୍ବାଇ,୧୫।୫: ସ୍ଥାନୀୟ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ରବିବାର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୬୨ତମ ମ୍ୟାଚରେ ଗୁଜରାଟ ଟାଇଟନ୍ସ ୭ ଉଇକେଟ ଚେନ୍ନାଇ ସୁପର କିଙ୍ଗ୍ସକୁ ହରାଇ ଦେଇଛି। ଏହି ବିଜୟ ସହ ଗୁଜରାଟ ୨୦ ପଏଣ୍ଟ ସହ ଶୀର୍ଷସ୍ଥାନ ବଜାୟ ରଖିଛି।

ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ । ହେଲେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲେ ସିଏସ୍‌କେ ବ୍ୟାଟର। ଋତୁରାଜଙ୍କ ୪୯ ବଲରେ ୫୩ ରନ୍‌ (୪ ଚଉକା ଏବଂ ୧ ଛକା) ଏବଂ ଏନ୍‌. ଜଗଦୀଶନଙ୍କ ୩୯ ରନ୍‌ ବଳରେ ଚେନ୍ନାଇ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ୧୩୩ ରନ୍‌ କରିବାରେ ସଫଳ ହୋଇଥିଲା। ଫଳରେ ଗୁଜରାଟ ଆଗରେ ୧୩୪ ରନ୍‌ର ବିଜୟ ଟାର୍ଗେଟ୍‌ ଦେଇଥିଲା ଚେନ୍ନାଇ। ଜବାବରେ ଗୁଜରାଟ ୧୯.୧ ଓଭରରେ ୩ ଉଇକେଟ ହରାଇ ବିଜୟ ଟାର୍ଗେଟ୍‌ ପୂରଣ କରିଛି।

ଗୁଜରାଟର ଓପନିଂ ବ୍ୟାଟର ରିଦ୍ଧିମାନ ସାହା ଏବଂ ଶୁବମାନ୍‌ ଗିଲ୍‌ ଦଳକୁ ଭଲ ଷ୍ଟାଟ ଦେଇଥିଲେ। ରିଦ୍ଧିମାନ ଏବଂ ଶୁବମାନ ପ୍ରଥମ ଉଇକଟେ ପାଇଁ ୫୯ ରନ୍‌ ଯୋଡି ଥିଲେ। ଶୁବମାନ ୧୭ ବଲରେ ୧୮ ରନ୍‌ (୩ ଚଉକା) କରିଥିବା ବେଳେ ମ୍ୟାଥ୍ୟୁ ଓ୍ବେଡ୍‌ ୧୫ ବଲରେ ୨୦ରନ୍‌(୨ ଚଉକା) କରି ଆଉଟ ହୋଇଥିଲେ। ସେହିପରି ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ୭ ରନ୍‌ କରିଥିବା ବେଳେ ରିଦ୍ଧିମାନ ୫୭ ବଲ୍‌ରେ ୬୭ ରନ୍‌(୮ ଚଉକା ଏବଂ ୧ ଛକା) ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳି ଦଳକୁ ବିଜୟ କରାଇଥିଲେ।

ଚେନ୍ନାଇ ଦଳର ମାଥେଶା ପାଥିରାନା ୨ଟି ଉଇକେଟ ନେଇଥିବା ବେଳେ ମୋଇନ ଅଲୀଙ୍କୁ ଗୋଟିଏ ଉଇକେଟ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri