Posted inଖେଳ

ଆଇପିଏଲ୍‌କୁ ମିଳିଲା ନୂଆ ଚାମ୍ପିୟନ

ଅହମଦାବାଦ, ୨୯।୫: ଆଇପିଏଲ୍‌କୁ ମିଳିଲା ନୂଆ ଚାମ୍ପିୟନ। ଗୁଜରାଟ ଟାଇଟାନ୍ସ ସପ୍ତମ ଦଳ ଭାବେ ଆଇପିଏଲ୍‌ ଟ୍ରଫି ଜିତିଛି। ରବିବାର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆୟୋଜିତ ଫାଇନାଲରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ଟାଇଟାନ୍ସ ୭ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ହରାଇ ଦେଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ରାଜସ୍ଥାନ ରୟାଲ୍ସ ୨୦ ଓଭରରେ ୯ ଉଇକେଟ ହରାଇ ୧୩୦ ରନ୍‌ କରିଥିଲା। ଜବାବରେ ଗୁଜରାଟ ୧୮.୧ ଓଭରରେ ୩ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା।

ରାଜସ୍ଥାନ ରୟାଲ୍ସର ଜୋସ ବଟଲର ୮୬୩ ରନ୍‌ ଏବଂ ୟୁଜବେନ୍ଦ୍ର ଚହଲ ୨୭ଟି ଉଇକେଟ ନେଇ ଯଥାକ୍ରମେ ଅରେଞ୍ଜ୍‌ ଓ ପର୍ପଲ କ୍ୟାପ ହାସଲ କରିଛନ୍ତି। ୧୩୧ ରନ୍‌ ବିଜୟ ଲକ୍ଷ୍ୟନେଇ ରାଜସ୍ଥାନ ମାତ୍ର ୯ ରନ୍‌ରେ ରିଦ୍ଧିମାନ ଶାହା (୫ ରନ)ଙ୍କ ଉଇକେଟ ହରାଇ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ମାଥ୍ୟୁ ଓ୍ବାଡେ ମଧ୍ୟ ମାତ୍ର ୮ ରନ୍‌ କରି ପ୍ୟାଭିଲିୟନ ଫେରିଥିଲେ। ତେବେ ଶୁବମନ ଗିଲ୍‌ ଓ ହାର୍ଦ୍ଦିକ ତୃତୀୟ ଉଇକେଟରେ ୫୩ ବଲ୍‌ରୁ ୬୩ ରନ ସଂଗ୍ରହ କରି ଦଳପାଇଁ ବିଜୟ ପଥ ପ୍ରସ୍ତୁତ କରିଥିଲେ। ବୋଲିଂରେ କମାଲ ଦେଖାଇଥିବା ହାର୍ଦ୍ଦିକ ବ୍ୟାଟିଂରେ ମଧ୍ୟ ଧୈର୍ଯ୍ୟ ଦେଖାଇ ୩୦ ବଲ୍‌ରୁ ୩୪ (୩ ଚୌକା, ୧ ଛକା) ରନକରି ଦଳକୁ ବିପଦରୁ ଉଦ୍ଧାର କରିଥିଲେ। ଶୁବମନ ଗିଲ ୪୩ ବଲ୍‌ରୁ ୪୫ (୩ ଚୌକା, ୧ ଛକା) ଓ ଡେଭିଡ ମିଲର ୧୯ ବଲ୍‌ରୁ ୩୨ (୩ ଚୌକା, ୧ ଛକା) ରନ୍‌ରେ ଅପରାଜିତ ରହି ଦଳର ବିଜୟରେ ମୁଣ୍ଡି ମାରିଥିଲେ। ଅସମାପ୍ତ ୪ର୍ଥ ଉଇକେଟରେ ଏ ଦୁହେଁ ୨୯ ବଲ୍‌ରୁ ୪୭ ରନ ଯୋଗ କରିଥିଲେ। ରାଜସ୍ଥାନ ବୋଲରଙ୍କ ମଧ୍ୟରେ ଟ୍ରେଣ୍ଟ ବୋଲ୍ଟ, ପ୍ରସିଦ୍ଧ କ୍ରିଷ୍ଣା ଓ ୟୁଜବେନ୍ଦ୍ର ଚହଲ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri