Posted inଖେଳ

ଗୁଜରାଟ ଟାଇଟନ୍ସର ବଡ଼ ବିଜୟ, ହାଇଦ୍ରାବାଦ ପରାଜୟ ଧାରା ଜାରି

ହାଇଦ୍ରାବାଦ,୬ା୪: ମହମ୍ମଦ ସିରାଜଙ୍କ ଘାତକ ବୋଲିଂ ଓ ଶୁବମନ ଗିଲଙ୍କ ଅର୍ଦ୍ଧଶତକ ବଳରେ ଗୁଜରାଟ ଟାଇଟନ୍ସ (ଜିଟି) ୭ ଉଇକେଟରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌)କୁ ପରାସ୍ତ କରିଛି। ହାଇଦ୍ରାବାଦ ପକ୍ଷରୁ ଧାର୍ଯ୍ୟ ୧୫୩ ରନର ଟାର୍ଗେଟକୁ ଗୁଜରାଟ ୧୬.୪ ଓଭରରେ ୩ ଉଇକେଟ ହରାଇ ହାସଲ କରି ନେଇଥିଲା।

ଗୁଜରାଟର ଏହା ଚତୁର୍ଥ ମ୍ୟାଚରେ ତୃତୀୟ ବିଜୟ ହୋଇଥିବା ବେଳେ ହାଇଦ୍ରାବାଦ ଲାଗି ଏହା ଲଗାତର ଚତୁର୍ଥ ପରାଜୟ। ଆମନ୍ତ୍ରଣ ପାଇ ବ୍ୟାଟିଂ କରିଥିବା ହାଇଦ୍ରାବାଦ ୨୦ ଓଭରରେ ୮ ଉଇକେଟ ହରାଇ ୧୫୨ ରନ କରିବାକୁ ସକ୍ଷମ ହୋଇଥିଲା। ଦଳ ପକ୍ଷରୁ ନୀତିଶ କୁମାର ରେଡ୍ଡୀ ୩୧, ହେନରିଚ କ୍ଲାସେନ ୨୭, ଅଧିନାୟକ ପ୍ୟାଟ କୁମିନ୍ସ ୨୨, ଅଭିଶେକ ଶର୍ମା ୧୮, ଅନିକେତ ବର୍ମା ୧୮, ଇଶାନ କିଶନ ୧୭ ରନ କରିଥିଲେ।

ବୋଲିଂରେ ଜିଟି ପାଇଁ ମହମ୍ମଦ ସିରାଜ ସର୍ବାଧିକ ୪ ଉଇକେଟ ନେଇଥିଲେ। ଏଥିସହିତ ସେ ଆଇପିଏଲ୍‌ରେ ୧୦୦ ଉଇକେଟ ନେବାର ମାଇଲଖୁଣ୍ଟ ପୂରଣ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ପ୍ରସିଦ୍ଧ କ୍ରିଷ୍ଣା ଓ ଆର ସାଇ କିଶୋର ଦୁଇଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଜବାବରେ ଆରମ୍ଭରୁ ସାଇ ସୁଦର୍ଶନ ଓ ଜୋସ ବଟଲରଙ୍କ ଉଇକେଟ ହରାଇଥିଲା। ଚତୁର୍ଥ କ୍ରମରେ ଆସିଥିବା ଓ୍ବାଶିଂଟନ ସୁନ୍ଦରଙ୍କ ସହ ମିଶି ଅଧିନାୟକ ଶୁବମନ ଗିଲ ତୃତୀୟ ଉଇକେଟ ଲାଗି ୯୦ ରନ ଯୋଡ଼ି ଦଳର ବିଜୟ ନିଶ୍ଚିତ କରିଥିଲେ।

ଓ୍ବାଶିଂଟନ ୨୯ ବଲରେ ୫ ଚୌକା ଓ ୨ ଛକା ସହିତ ୪୯ ରନ କରି ଆଉଟ୍‌ ହୋଇଥିଲେ। ଏହାପରେ ଗିଲ ଓ ଶେର୍ଫେନ ରଦରଫର୍ଡ ଦଳକୁ ଜିତିବା ଲାଗି ଦରକାର ଥିବା ରନ ସଂଗ୍ରହ କରି ନେଇଥିଲେ। ଗିଲ ୪୩ ବଲରେ ୯ ଚୌକା ସହିତ ୬୧ ଓ ରଦରଫର୍ଡ ୧୬ ବଲରେ ୬ ଚୌକା ଓ ୧ ଛକା ସହ ୩୫ ରନ କରି ଅପରାଜିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri