Posted inଖେଳ

ଗୁଜରାଟ ଟାଇଟନ୍ସର ବଡ଼ ବିଜୟ, ହାଇଦ୍ରାବାଦ ପରାଜୟ ଧାରା ଜାରି

ହାଇଦ୍ରାବାଦ,୬ା୪: ମହମ୍ମଦ ସିରାଜଙ୍କ ଘାତକ ବୋଲିଂ ଓ ଶୁବମନ ଗିଲଙ୍କ ଅର୍ଦ୍ଧଶତକ ବଳରେ ଗୁଜରାଟ ଟାଇଟନ୍ସ (ଜିଟି) ୭ ଉଇକେଟରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌)କୁ ପରାସ୍ତ କରିଛି। ହାଇଦ୍ରାବାଦ ପକ୍ଷରୁ ଧାର୍ଯ୍ୟ ୧୫୩ ରନର ଟାର୍ଗେଟକୁ ଗୁଜରାଟ ୧୬.୪ ଓଭରରେ ୩ ଉଇକେଟ ହରାଇ ହାସଲ କରି ନେଇଥିଲା।

ଗୁଜରାଟର ଏହା ଚତୁର୍ଥ ମ୍ୟାଚରେ ତୃତୀୟ ବିଜୟ ହୋଇଥିବା ବେଳେ ହାଇଦ୍ରାବାଦ ଲାଗି ଏହା ଲଗାତର ଚତୁର୍ଥ ପରାଜୟ। ଆମନ୍ତ୍ରଣ ପାଇ ବ୍ୟାଟିଂ କରିଥିବା ହାଇଦ୍ରାବାଦ ୨୦ ଓଭରରେ ୮ ଉଇକେଟ ହରାଇ ୧୫୨ ରନ କରିବାକୁ ସକ୍ଷମ ହୋଇଥିଲା। ଦଳ ପକ୍ଷରୁ ନୀତିଶ କୁମାର ରେଡ୍ଡୀ ୩୧, ହେନରିଚ କ୍ଲାସେନ ୨୭, ଅଧିନାୟକ ପ୍ୟାଟ କୁମିନ୍ସ ୨୨, ଅଭିଶେକ ଶର୍ମା ୧୮, ଅନିକେତ ବର୍ମା ୧୮, ଇଶାନ କିଶନ ୧୭ ରନ କରିଥିଲେ।

ବୋଲିଂରେ ଜିଟି ପାଇଁ ମହମ୍ମଦ ସିରାଜ ସର୍ବାଧିକ ୪ ଉଇକେଟ ନେଇଥିଲେ। ଏଥିସହିତ ସେ ଆଇପିଏଲ୍‌ରେ ୧୦୦ ଉଇକେଟ ନେବାର ମାଇଲଖୁଣ୍ଟ ପୂରଣ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ପ୍ରସିଦ୍ଧ କ୍ରିଷ୍ଣା ଓ ଆର ସାଇ କିଶୋର ଦୁଇଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଜବାବରେ ଆରମ୍ଭରୁ ସାଇ ସୁଦର୍ଶନ ଓ ଜୋସ ବଟଲରଙ୍କ ଉଇକେଟ ହରାଇଥିଲା। ଚତୁର୍ଥ କ୍ରମରେ ଆସିଥିବା ଓ୍ବାଶିଂଟନ ସୁନ୍ଦରଙ୍କ ସହ ମିଶି ଅଧିନାୟକ ଶୁବମନ ଗିଲ ତୃତୀୟ ଉଇକେଟ ଲାଗି ୯୦ ରନ ଯୋଡ଼ି ଦଳର ବିଜୟ ନିଶ୍ଚିତ କରିଥିଲେ।

ଓ୍ବାଶିଂଟନ ୨୯ ବଲରେ ୫ ଚୌକା ଓ ୨ ଛକା ସହିତ ୪୯ ରନ କରି ଆଉଟ୍‌ ହୋଇଥିଲେ। ଏହାପରେ ଗିଲ ଓ ଶେର୍ଫେନ ରଦରଫର୍ଡ ଦଳକୁ ଜିତିବା ଲାଗି ଦରକାର ଥିବା ରନ ସଂଗ୍ରହ କରି ନେଇଥିଲେ। ଗିଲ ୪୩ ବଲରେ ୯ ଚୌକା ସହିତ ୬୧ ଓ ରଦରଫର୍ଡ ୧୬ ବଲରେ ୬ ଚୌକା ଓ ୧ ଛକା ସହ ୩୫ ରନ କରି ଅପରାଜିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ବୈଭବ ସୂର୍ଯ୍ୟବଂଶୀଙ୍କ ଟ୍ରେନର ସାଜିବେ ଯୁବରାଜ ସିଂହ? ନିଜେ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୪।୭: ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ଭଲ ନଥିଲା; ସେ ସଦ୍ୟ ସମାପ୍ତ ଇଂଲଣ୍ଡ ବିପକ୍ଷରେ T20 ସିରିଜରେ ଡେବ୍ୟୁ କରିଥିଲେ କିନ୍ତୁ ପରେ ତାଙ୍କୁ…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri