Posted inଜାତୀୟ

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର ହୋଇଯାଇଛି। ଗୁଜରାଟ ସରକାରଙ୍କ ପକ୍ଷରୁ ଏନେଇ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇଛି। ସରକାରଙ୍କ ଦ୍ୱାରା ଧାର୍ଯ୍ୟ ହେବାକୁ ଥିବା ତାରିଖରୁ ୟୁସିସି ଆଇନ କାର୍ଯ୍ୟକାରୀ କରାଯିବ। ଗତ ମାର୍ଚ୍ଚ ୨୪ରେ ୟୁସିସି ବିଧେୟକ ଗୁଜରାଟ ବିଧାନସଭାରେ ଗୃହୀତ ହୋଇଥିଲାବେଳେ ସେପ୍ଟେମ୍ବର ୧୭ରେ ରାଷ୍ଟ୍ରପତି ମଞ୍ଜୁରୀ ପ୍ରଦାନ କରିଥିବା ବିଜ୍ଞପ୍ତିରେ କୁହାଯାଇଛି।

ୟୁସିସି ଆଇନ ଅନୁଯାୟୀ ବିବାହ, ଛାଡ଼ପତ୍ର, ଉତ୍ତରାଧିକାର, ଲିଭ୍‌-ଇନ୍‌ ସମ୍ପର୍କ ଆଦି ପାଇଁ ସମାନ ନିୟମ କାର୍ଯ୍ୟକାରୀ ହେବ। ଏହା ଗୁଜରାଟ ରାଜ୍ୟ ସମେତ ରାଜ୍ୟ ବାହାରେ ରହୁଥିବା ଗୁଜରାଟୀମାନଙ୍କ ପାଇଁ ମଧ୍ୟ ଲାଗୁ ହେବ। ାତାବ ସମ୍ବିଧାନର ଅନୁଚ୍ଛେଦ ୩୪୨ରେ ଥିବା ଅନୁସଚିତ ଜନଜାତିର ସଦସ୍ୟମାନଙ୍କୁ ଉକ୍ତ ଆଇନରୁ ବାଦ୍‌ ଦିଆଯାଇଛି। ସେହିପରି ସମ୍ବିଧାନର ଭାଗ ୨୧ ଅଧୀନରେ ଯେଉଁ ବ୍ୟକ୍ତି ବା ଗୋଷ୍ଠୀଙ୍କ ପ୍ରଥାଗତ ଅଧିକାରୀ ସୁରକ୍ଷିତ ରହିଛି, ସେମାନେ ମଧ୍ୟ ୟୁସିସିରୁ ବାଦ୍‌ ପଡ଼ିଛନ୍ତି। ବର୍ତ୍ତମାନ ସୁଦ୍ଧା କେବଳ ଉତ୍ତରାଖଣ୍ଡରେ ୟୁସିସି ଆଇନ ଲାଗୁ ହୋଇଥିବାବେଳେ ଆସାମ ଏବଂ ମଧ୍ୟପ୍ରଦେଶରେ ବିଲ୍‌ ଗୃହୀତ ହୋଇ ବିଜ୍ଞପ୍ତି ଅପେକ୍ଷାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧ ଜାହାଜ, ସୈନ୍ୟ ପଠାଇଲା ଆମେରିକା

ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୩ରେ ଆମେରିକାରେ…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?