Posted inଜାତୀୟ

ଏଏପିର ଗୁଜରାଟ ମିଶନ: ଛୁଟୁଛି ପ୍ରତିଶ୍ରୁତିର ସୁଅ

ଅହମ୍ମଦାବାଦ,୨୨।୮: ଗୁଜରାଟ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ମତା ସେତିକି ସରଗରମ ହେବାରେ ଲାଗିଛି। ଏଭଳି ସ୍ଥିତିରେ ଆମ ଆଦମୀ ପାର୍ଟି(ଏଏପି) ରାଜ୍ୟରେ ସରକାର ଗଠନ କରିବା ପାଇଁ ଏବେଠୁ କସରତ କରୁଛି। ଇତିମଧ୍ୟରେ ସୋମବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଏବଂ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଗୁଜରାଟ ଗସ୍ତରେ ଅଛନ୍ତି। ଏକ ସଭାକୁ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ସମ୍ବୋଧନ କରି ଗୁଜରାଟବାସୀଙ୍କୁ ୫ଟି ପ୍ରତିଶ୍ରୁତି ଦେଇଛନ୍ତି। ଗୁଜରାଟରେ ଏଏପି ସରକାର କ୍ଷମତାକୁ ଆସେ ତେବେ ଦିଲ୍ଲୀ ମଡେଲ ଗୁଜରାଟରେ ଲାଗୁ କରାଯିବ। ଏପରିକି ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟ, ବିଦ୍ୟୁତ୍‌, ପରିବହନ, ଜଳ ଏବଂ ଶିକ୍ଷା ଯୋଗାଇଦିଆଯିବ ବୋଲି କେଜ୍‌ରିଓ୍ବାଲ କହିଛନ୍ତି। ଅନ୍ୟପଟେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ କହିଛନ୍ତି, ଭାରତକୁ ଶକ୍ତିଶାଳୀ ତଥା ଏକ ନମ୍ବର କରିବା ପାଇଁ ଉତ୍ତମ ଶିକ୍ଷା ଆବଶ୍ୟକ। ଅରବିନ୍ଦ କେଜ୍‌ରିୱାଲଙ୍କ ନେତୃତ୍ୱରେ ଦିଲ୍ଲୀରେ ଭଲ ଶିକ୍ଷା ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ ପଞ୍ଜାବରେ ମଧ୍ୟ ଭଲ ଶିକ୍ଷା ବ୍ୟବସ୍ଥା ଆରମ୍ଭ ହୋଇଛି। ଗୁଜରାଟରେ ସମସ୍ତ ପିଲାଙ୍କର ଭଲ ଶିକ୍ଷା ପାଇବାର ଅଧିକାର ଅଛି ବୋଲି ସେ କହିଛନ୍ତି। ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଥରେ ସୁଯୋଗ ଦେବାକୁ ସିସୋଡିଆ ଜନସାଧାରଣଙ୍କୁ ଆହ୍ବାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri