Posted inଜାତୀୟ

ଏଏପିର ଗୁଜରାଟ ମିଶନ: ଛୁଟୁଛି ପ୍ରତିଶ୍ରୁତିର ସୁଅ

ଅହମ୍ମଦାବାଦ,୨୨।୮: ଗୁଜରାଟ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ମତା ସେତିକି ସରଗରମ ହେବାରେ ଲାଗିଛି। ଏଭଳି ସ୍ଥିତିରେ ଆମ ଆଦମୀ ପାର୍ଟି(ଏଏପି) ରାଜ୍ୟରେ ସରକାର ଗଠନ କରିବା ପାଇଁ ଏବେଠୁ କସରତ କରୁଛି। ଇତିମଧ୍ୟରେ ସୋମବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଏବଂ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଗୁଜରାଟ ଗସ୍ତରେ ଅଛନ୍ତି। ଏକ ସଭାକୁ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ସମ୍ବୋଧନ କରି ଗୁଜରାଟବାସୀଙ୍କୁ ୫ଟି ପ୍ରତିଶ୍ରୁତି ଦେଇଛନ୍ତି। ଗୁଜରାଟରେ ଏଏପି ସରକାର କ୍ଷମତାକୁ ଆସେ ତେବେ ଦିଲ୍ଲୀ ମଡେଲ ଗୁଜରାଟରେ ଲାଗୁ କରାଯିବ। ଏପରିକି ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟ, ବିଦ୍ୟୁତ୍‌, ପରିବହନ, ଜଳ ଏବଂ ଶିକ୍ଷା ଯୋଗାଇଦିଆଯିବ ବୋଲି କେଜ୍‌ରିଓ୍ବାଲ କହିଛନ୍ତି। ଅନ୍ୟପଟେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ କହିଛନ୍ତି, ଭାରତକୁ ଶକ୍ତିଶାଳୀ ତଥା ଏକ ନମ୍ବର କରିବା ପାଇଁ ଉତ୍ତମ ଶିକ୍ଷା ଆବଶ୍ୟକ। ଅରବିନ୍ଦ କେଜ୍‌ରିୱାଲଙ୍କ ନେତୃତ୍ୱରେ ଦିଲ୍ଲୀରେ ଭଲ ଶିକ୍ଷା ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ ପଞ୍ଜାବରେ ମଧ୍ୟ ଭଲ ଶିକ୍ଷା ବ୍ୟବସ୍ଥା ଆରମ୍ଭ ହୋଇଛି। ଗୁଜରାଟରେ ସମସ୍ତ ପିଲାଙ୍କର ଭଲ ଶିକ୍ଷା ପାଇବାର ଅଧିକାର ଅଛି ବୋଲି ସେ କହିଛନ୍ତି। ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଥରେ ସୁଯୋଗ ଦେବାକୁ ସିସୋଡିଆ ଜନସାଧାରଣଙ୍କୁ ଆହ୍ବାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?