Posted inଜାତୀୟ

ଗୁଜରାଟର ମୋଢେରା ପ୍ରଥମ ସୌର ବିଦ୍ୟୁତ ଚାଳିତ ଗାଁ, ଯୋଡି ହେବ ଐତିହାସିକ ସଫଳତା…

ଅହମଦାବାଦ,୯।୧୦ : ଚାଲୁକ୍ୟ ରାଜବଂଶ ଦ୍ୱାରା ନିର୍ମିତ ସୂର୍ଯ୍ୟ ମନ୍ଦିର ପାଇଁ ପ୍ରସିଦ୍ଧ ଗୁଜରାଟର ମେହସାଣାର ମୋଢେରା ଗାଁ ନାମରେ ରବିବାର ସନ୍ଧ୍ୟାରେ ଏକ ଐତିହାସିକ ସଫଳତା ଯୋଡି ହେବ। ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋଢେରାକୁ ଦେଶର ପ୍ରଥମ ସୌର ବିଦ୍ୟୁତ ଚାଳିତ ଗାଁ ବୋଲି ଘୋଷଣା କରିବେ। ମୋଢେରାର ପ୍ରତ୍ୟେକ ଘରକୁ ସୋଲାର ପ୍ୟାନେଲରୁ ୨୪ ଘଣ୍ଟା ସୌର ଶକ୍ତି ମିଳିବ। ଗାଁରେ ଏଥିପାଇଁ ପ୍ରାୟ ୧୩୦୦ ଟି ସୋଲାର ପ୍ୟାନେଲ ଲଗାଯାଇଛି। ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ସ୍ଥିତି ସୁଦୃଢ଼ ପାଇଁ ଏଠାରେ ୩,୯୦୦ କୋଟି ଟଙ୍କା ମୂଲ୍ୟ ଯୋଜନାର ମୂଳଦୁଆ ଏହା ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ୱାରା ପକାଯିବ।

ମୋଢେରା ଏକ ସଂରକ୍ଷିତ ପ୍ରତ୍ନତାତ୍ତ୍ୱିକ ସ୍ଥାନ, ଯାହାର ଐତିହାସିକ ସୂର୍ଯ୍ୟ ମନ୍ଦିରରେ ମଧ୍ୟ ରବିବାର ଠାରୁ ଥ୍ରୀ-ଡି ପ୍ରୋଜେକ୍ଟ ସୁବିଧା ଆରମ୍ଭ ହେବ। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସୌର ଚାଳିତ ଥ୍ରୀ- ଡି ପ୍ରୋଜେକ୍ଟ ଉତ୍ସର୍ଗ କରାଯିବ ଏବଂ ଏହା ପର୍ଯ୍ୟଟକ ଏବଂ ଭକ୍ତମାନଙ୍କୁ ପ୍ରତ୍ୟେକ ସନ୍ଧ୍ୟାରେ ମୋଢେରାର ସମ୍ମାନଜନକ ଇତିହାସ ସହିତ ପରିଚିତ କରାଇବ। ଗୁଜରାଟ ସରକାରଙ୍କ ଅନୁଯାୟୀ ଏହି ପ୍ରକଳ୍ପ ଅଧୀନରେ ମନ୍ଦିର ପରିସରରେ ଆଲୋକ ବ୍ୟବସ୍ଥା କରାଯାଇଛି। ଏହାକୁ ଦେଖିବା ପାଇଁ ସାଧାରଣ ଜନତା ସନ୍ଧ୍ୟା ୬ ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ମନ୍ଦିର ପରିଦର୍ଶନ କରିପାରିବେ। ସୂର୍ଯ୍ୟ ମନ୍ଦିର ପୁଷ୍ପାବତୀ ନଦୀ କୂଳରେ ମେହସାଣା ଜିଲାର ମୋଢେରା ଠାରେ ଅବସ୍ଥିତ। ଏହି ମନ୍ଦିର ୧୦୨୬-୨୭ ମଧ୍ୟରେ ଚାଲ୍ୟୁକ ରାଜବଂଶର ମହାରାଜା ଭୀମ ପ୍ରଥମଙ୍କ ଦ୍ୱାରା ନିର୍ମିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?