Posted inଜାତୀୟ

‘ଓମିକ୍ରନ’କୁ ନେଇ ଚିନ୍ତା ପ୍ରକଟ କଲେ ଗୁଲେରିଆ

ନୂଆଦିଲ୍ଲୀ,୨୮।୧୧: କରୋନାର ନୂଆ ଭାରିଏଣ୍ଟ ‘ଓମିକ୍ରନ’କୁ ନେଇ ସାରା ବିଶ୍ୱ ଭୟଭୀତ ହୋଇଛି। ବିଭିନ୍ନ ଦେଶଗୁଡିକ ଆଗୁଆ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିସାରିଲେଣି। ତେବେ କରୋନାର ଏହି ନୂଆ ଭାରିଏଣ୍ଟର ୩୦ରୁ ଅଧିକ ମ୍ୟୁଟେସନ ଅଛି। ଏହା ବିରୁଦ୍ଧରେ ଟିକାକରଣର କାର୍ଯ୍ୟକାରିତାକୁ ମୂଲ୍ୟାଙ୍କନ କରାଯିବା ଆବଶ୍ୟକ ବୋଲି ଏମ୍ସ ମୁଖ୍ୟ ଡକ୍ଟର ରଣଦୀପ ଗୁଲେରିଆ ସୂଚନା ଦେଇଛନ୍ତି। ଭବିଷ୍ୟତର କାର୍ଯ୍ୟକଳାପ ଏହାର ଟ୍ରାନ୍ସମିସିବିଲିଟି, ଭାଇରାଲ୍ସ ଏବଂ ଇମ୍‌ୟୁନିଟି ଉପରେ ଅଧିକ ତଥ୍ୟ କ’ଣ ତାହା ଉପରେ ନିର୍ଭର କରିବ ବୋଲି ସେ କହିଛନ୍ତି। ଏହା ଉପରେ ତୀକ୍ଷ୍ଣ ନଜର ରଖାଯାଉଛି। ଦେଶରେ ଏହାର ଉପସ୍ଥିତି ଏପର୍ଯ୍ୟନ୍ତ ଜଣା ପଡିନାହିଁ। ଅନ୍ତର୍ଜାତୀୟ ସ୍ତରରେ ଯାତ୍ରା କରୁଥିବା ଲୋକଙ୍କ ପାଇଁ ଅତ୍ୟଧିକ ସଜାଗ ତଥା ଆକ୍ରମଣାତ୍ମକ ନିରୀକ୍ଷଣର ଆବଶ୍ୟକତା ଉପରେ ଡକ୍ଟର ଗୁଲେରିଆ ଗୁରୁତ୍ୱାରୋପ କରିଛନ୍ତି।
କରୋନାର ଉପଯୁକ୍ତ ନିୟମ ଅନୁସରଣ କରିବାକୁ ସେ ସମସ୍ତଙ୍କୁ ନିବେଦନ କରିଥିଲେ। ସେ କହିଛନ୍ତି ଯେ, ଲୋକମାନେ ଟିକାର ଉଭୟ ଡୋଜ୍‌ ନେବା ଆବଶ୍ୟକ ଏବଂ ଯେଉଁମାନେ ଏପର୍ଯ୍ୟନ୍ତ ଟିକା ଗ୍ରହଣ କରିନାହାଁନ୍ତି ସେମାନଙ୍କୁ ଟିକା ନେବା ପାଇଁ ଉତ୍ସାହିତ କରାଯିବା ଉଚିତ୍‌।
ସୂଚନାଯୋଗ୍ୟ, ୨୪ ନଭେମ୍ବରରେ ଦକ୍ଷିଣ ଆଫ୍ରିକାରୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) କୁ ପ୍ରଥମେ ଓମିକ୍ରନ ଭାରିଆଣ୍ଟ ରିପୋର୍ଟ କରାଯାଇଥିଲା। ଏପର୍ଯ୍ୟନ୍ତ ଏହା ବେଲଜିୟମ, ହଂକଂ ଏବଂ ଇସ୍ରାଏଲ ସମେତ ଅନ୍ୟାନ୍ୟ ଦେଶରେ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri