ମୋତେ ଆଉ ଝିଅ ମିଳିବେ ତ… ବର୍ଷାଙ୍କୁ ହାତ ଯୋଡି ଏମିତି କହିଦେଲେ ଗୁଲୁଆ

ଭୁବନେଶ୍ୱର,୩୦।୧୨: ଓଡ଼ିଆ କମେଡିଆନ ଗୁଲୁଆ ଏବଂ ତାଙ୍କ ସ୍ତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ପଦାରେ ପଡ଼ିଛି। ଗୁଲୁଆଙ୍କର ଏକାଧିକ ଝିଅଙ୍କ ସହ ସମ୍ପର୍କ ଥିବା ଅଭିଯୋଗ ଆଣିଛନ୍ତି ସ୍ତ୍ରୀ । ସେପଟେ ଜୀବନ ପ୍ରତି ବିପଦ ଥିବା କହୁଛନ୍ତି ଗୁଲୁଆ। ଏବେ ସେ କୋର୍ଟ ଯିବାକୁ ବର୍ଷାଙ୍କୁ ପରାମର୍ଶ ଦେଉଛନ୍ତି। ଭିଡିଓ ପୋଷ୍ଟ କରି ବର୍ଷାଙ୍କୁ ଏହି ଅପିଲ କରିଛନ୍ତି। ସେ ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରି କହିଛନ୍ତି, ସୋସିଆଲ ମିଡିଆରେ କାହିଁକି ବଦନାମ କରୁଛ, କୋର୍ଟ ଯାଅ। ସୋସିଆଲ ମିଡିଆରେ ବଦନାମ କରି ମୋ ଭାତହାଣ୍ଡି ବନ୍ଦ କରିବାକୁ ଚାହୁଁଛ। ମୋତେ ଯେତେ ବଦନାମ କଲଣି ମୋତେ ଆଉ ଝିଅ ମିଳିବେ ତ। ତମେ ସିନା ମୋଠାରୁ ଟଙ୍କା ନେଇ ନନ-ଓଡ଼ିଆ ଟୋକା ସହିତ ଫରେନରେ ସେଟେଲ ହେବ। ମୋ ଅବସ୍ଥା କ’ଣ ହେବ। ସେଟେଲ୍‌ ଯଦି ଟଙ୍କା ଦରକାର ଆଲୋଚନା ପାଇଁ ଆସ, ମିଡିଆରେ ସମାଧାନ ହେବନି। କୋର୍ଟରେ ଫଇସଲା ହେବ, ଯଦି ମୁଁ ଦୋଷୀ ମୋତେ ଦଣ୍ଡ ମିଳିବ। ଯଦି ତୁମେ ମୋ ସହ ରହିବାକୁ ଚାହୁଁଛ, ମୁଁ ସ୍ବାଗତ କରିବି। ପୂର୍ବ କଥା ସବୁ ଭୁଲି ମୁଁ ତୁମକୁ ଗ୍ରହଣ କରିବି। ଯଦି ଡିଭୋର୍ସ ନେବାକୁ ଚାହୁଁଛ ଭଲରେ ଅଲଗା ହୋଇଯିବା। ମୁଁ ଏବେ ଡିପ୍ରେସନରେ ଅଛି। ମୋ ବୋଉ ଦେହ ଖରାପ ହୋଇଗଲାଣି। ମୁଁ ଖାଇପାରୁନି। ପ୍ଲିଜ୍‌ ଚାଲ କୋର୍ଟରେ କଥା ହେବା। ସମାଧାନ ବାହାର କରିବା।

ପ୍ରାୟ ୮ବର୍ଷର ପ୍ରେମ ସମ୍ପର୍କ ପରେ୨୦୨୩ ଡିସେମ୍ବର ମାସରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ ବର୍ଷା ଓ ଗୁଲୁଆ। ତେବେ ବିବାହ ପରେ ମଧ୍ୟଗୁଲୁଆଙ୍କ ଅନେକ ଝିଅଙ୍କ ସହ ସମ୍ପର୍କ ଥିଲା ବୋଲି ବର୍ଷା ଅଭିଯୋଗ ଆଣିଛନ୍ତି। ପରକୀୟା ପ୍ରୀତି ଯୋଗୁ ହସଖୁସିରେ ଥିବା ପରିବାର ଏବେ ଭାଙ୍ଗିବାକୁ ଯାଉଥିବା ଅଭିଯୋଗ କରିଛନ୍ତି ବର୍ଷା। ସେପଟେ ଗୁଲୁଆଙ୍କ ଅଭିଯୋଗ ୫୦ଲକ୍ଷଟଙ୍କା ପାଇଁ ତାଙ୍କୁ ମାରିଦେବାକୁ ଧମକ ମିଳୁଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri