Posted inଜାତୀୟ

ଜ୍ଞାନପୀଠ ପୁରସ୍କାର ପାଇବେ ଗୁଲଜାର,ଜଗଦ୍‌ଗୁରୁ ରାମଭଦ୍ରାଚାର୍ଯ୍ୟ

ନୂଆଦିଲ୍ଲୀ,୧୭ା୨: ପ୍ରସିଦ୍ଧ ଊର୍ଦ୍ଦୁ ଗୀତିକାର ତଥା କବି ଗୁଲଜାର ଏବଂ ସଂସ୍କୃତ ପଣ୍ଡିତ ଜଗଦ୍‌ଗୁରୁ ରାମଭଦ୍ରାଚାର୍ଯ୍ୟଙ୍କୁ ୨୦୨୩ ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ କରାଯିବ। ଉଭୟ ବ୍ୟକ୍ତିତ୍ୱ ନିଜ ନିଜ କ୍ଷେତ୍ରରେ ପ୍ରସିଦ୍ଧ। ଗୁଲଜାରଙ୍କୁ ବର୍ତ୍ତମାନର ଊର୍ଦ୍ଦୁ କବିମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ, ଯିଏକି ହିନ୍ଦୀ ଫିଲ୍ମରେ ତାଙ୍କର କାର୍ଯ୍ୟ ପାଇଁ ପ୍ରଶଂସିତ ହୋଇଥିଲେ। ଏହାପୂର୍ବରୁ ତାଙ୍କୁ ୨୦୦୨ରେ ଊର୍ଦ୍ଦୁ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର, ୨୦୧୩ରେ ଦାଦାସାହେବ ଫାଲ୍‌କେ ପୁରସ୍କାର ଏବଂ ୨୦୦୪ରେ ପଦ୍ମ ଭୂଷଣ ସମେତ ଅନ୍ୟାନ୍ୟ ପୁରସ୍କାରରେ ସମ୍ମାନିତ କରାଯାଇଛି। ଏଥିସହ ସେ ହିନ୍ଦୀ ଫିଲ୍ମର ବିଭିନ୍ନ କାର୍ଯ୍ୟ ପାଇଁ ୫ଟି ଜାତୀୟ ଫିଲ୍ମ ପୁରସ୍କାର ମଧ୍ୟ ପାଇଛନ୍ତି।

ସେହିପରି ଚିତ୍ରକୂଟରେ ଥିବା ତୁଳସୀ ପୀଠର ପ୍ରତିଷ୍ଠାତା ତଥା ମୁଖ୍ୟ ରାମଭଦ୍ରାଚାର୍ଯ୍ୟ ଜଣେ ବିଶିଷ୍ଟ ହିନ୍ଦୁ ଆଧ୍ୟାତ୍ମିକ ଗୁରୁ, ଶିକ୍ଷକ ତଥା ୧୦୦ରୁ ଅଧିକ ପୁସ୍ତକର ଲେଖକ। ଜନ୍ମରୁ ଅନ୍ଧ ହୋଇଥିଲେ ମଧ୍ୟ ଜଗଦ୍‌ଗୁରୁ ରାମଭଦ୍ରାଚାର୍ଯ୍ୟ ସଂସ୍କୃତ ଭାଷା ଏବଂ ବେଦ ଏବଂ ପୁରାଣର ଜଣେ ମହାନ ବିଦ୍ୱାନ। ଜ୍ଞାନପୀଠ କମିଟି ଏକ ବିବୃତ୍ତିରେ କହିଛି, ସଂସ୍କୃତ ସାହିତ୍ୟର ଜଗଦ୍‌ଗୁରୁ ରାମଭଦ୍ରାଚାର୍ଯ୍ୟ ତଥା ପ୍ରସିଦ୍ଧ ଊର୍ଦ୍ଦୁ ସାହତି୍ୟକ ଗୁଲଜାରଙ୍କ ୨୦୨୩ ବର୍ଷ ପାଇଁ ସମ୍ମାନଜନକ ପୁରସ୍କାର ପ୍ରଦାନ କରିବାକୁ ନିଷ୍ପତ୍ତି ନିଆଯାଇଛି। ୨୦୨୨ରେ ଗୋଆନ ଲେଖକ ଦାମୋଦର ମୌଜୋଙ୍କୁ ଏହି ସମ୍ମାନଜନକ ପୁରସ୍କାରରେ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri