ଗୁମାଡ଼ି ଡାଇଭର୍ସନ ଧୋଇଯିବା ଘଟଣା: ଦୁଇଦିନ ବିତିଲା, ମରାମତି ନୋହିଲା

ଦାରିଙ୍ଗବାଡି, ୩।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତର ଗୁମାଡ଼ି ନଦୀର ଡାଇଭର୍ସନ ରାସ୍ତା ଧୋଇଯିବାର ଇତି ମଧ୍ୟରେ ୨ ଦିନ ବିତିଲା। କିନ୍ତୁ ମରାମତି କାର୍ଯ୍ୟ ନୋହିଲା। ଗୁରୁବାର ଉକ୍ତ ଭାସିଯାଇଥିବା ଡାଇଭର୍ସନରେ ୨ଟି ବଳଦ ଭାସିଯାଇଥିଲା। ସ୍ଥାନୀୟ ଲୋକ ଅଗ୍ନିଶମ ବିଭାଗକୁ ଫୋନ କରିବା ପରେ ସେଠାରେ ପହଞ୍ଚି ୨ଟି ବଳଦକୁ ଜୀବନ୍ତ ଉଦ୍ଧାର କରିବାରେ ସକ୍ଷମ ହୋଇଥିଲେ। ସେହିପରି ଉକ୍ତ ରାସ୍ତା ଉପରେ ନିର୍ଭର କରୁଥିବା ତିଲୋରୀ ପଞ୍ଚାୟତ ସମେତ ବୁଡ଼ାଗୁଡା, ଗୁମିକିଆ, କୋଟଗଡ଼ ବ୍ଲକ ପକାରୀ, ବାଲିଗୁଡା ଏବଂ ବାଲିଗୁଡା ବ୍ଲକ ଋତୁଙ୍ଗିଆକୁ ବସ ସମେତ ସମସ୍ତ ପ୍ରକାର ଗାଡି ଚଳାଚଳ ବନ୍ଦ ରହିଛି। ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଉକ୍ତ ରାସ୍ତାରେ ବିଦ୍ୟାଳୟ, ମହାବିଦ୍ୟାଳୟକୁ ଯାତାୟତ ବନ୍ଦ ହୋଇଯାଇଥିବା ବେଳେ ସାଧାରଣ ବଣ୍ଟନ ଚାଉଳ ପାଇଁ ଅଞ୍ଚଳବାସୀ ନିଜ ପଞ୍ଚାୟତ କାର୍ଯ୍ୟାଳୟକୁ ଯିବା ସମ୍ଭବ ହେଉ ନ ଥିବା ଜଣାପଡିଛି। ବର୍ଷା କମିଲେ ହିଁ ଉକ୍ତ ଡାଇଭର୍ସନ ମରାମତି କରାଯିବ ବୋଲି ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ହରିହର ଦାସ କହିଛନ୍ତି।
ସୂଚନାଯୋଗ୍ୟ ଯେ, ଅଞ୍ଚଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଞ୍ଚଳରେ ଅନେକ ଅସୁବିଧା ଦେଖାଯିବା ସହ ସିମନବାଡି-ବୁଡ଼ାଗୁଡା ରାସ୍ତାର ତିଲୋରୀ ପଞ୍ଚାୟତଗୁମାଠାରେ ଏକ ନୂତନ ପୋଲ ନିର୍ମାଣ କାର୍ଯ୍ୟ ଅଧପାନ୍ତରିଆ ହୋଇ ରହିଥିବାବେଳେ ଲୋକଙ୍କ ଯାତାୟତ ପାଇଁ କରାଯାଇଥିବା ଅସ୍ଥାୟୀ ପୋଲ ବା ଡାଇଭର୍ସନ ରାସ୍ତାଟି ନଦୀର ଜଲସ୍ତର ବୃଦ୍ଧି ପାଇ ଧୋଇ ହୋଇଯାଇଛି।ଫଳରେ ସିମନବାଡି-ବୁଡ଼ାଗୁଡା ରାସ୍ତା ବିଛିନ୍ନ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri