ବିପଦସଙ୍କୁଳ ଅବସ୍ଥାରେ ଗୁମୁକା କଲଭର୍ଟ

ପୋଟେରୁ, ୨୦।୪: (ଡି.ଏନ୍‌.ଏ.) ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣ ଯୋଜନାରେ କାଲିମେଳା ବ୍ଲକର ଗୁମୁକାଠାରେ ନିର୍ମିତ ରାସ୍ତାର କଲଭର୍ଟ ଏବେ ବିପଦସଙ୍କୁଳ ହୋଇପଡ଼ିଛି। ଏହା ଉପରେ ଅନ୍ୟ ଉପାୟ ନ ପାଇ ୪ରୁ ଊର୍ଦ୍ଧ୍ୱ ଗ୍ରାମର ଗ୍ରାମବାସୀ ଯାତାୟାତ କରୁଛନ୍ତି। ଏମ୍‌ପିଭି-୧୧ଠାରୁ କଲୋନିଗୁଡ଼ାକୁ ସଂଯୋଗ କରୁଥିବା ଏହି ଗୁମୁକା କଲଭର୍ଟ ଉପରେ ପ୍ରତିଦିନ ବହୁ ଯାନବାହନ ମଧ୍ୟ ଚଳାଚଳ କରୁଛି। ଏନେଇ ବିଭିନ୍ନ ସମୟରେ ଛୋଟ ବଡ଼ ଦୁର୍ଘଟଣା ଘଟୁଛି ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଉକ୍ତ ରାସ୍ତାରେ ଗାଡ଼ିମୋଟର ଚଳାଚଳରେ ବାଧାପ୍ରାପ୍ତ ହେଉଥିବାରୁ ଲୋକେ ହଇରାଣ ହେଉଛନ୍ତି। ଶୀଘ୍ର ଏହି କଲଭର୍ଟ ମରାମତି କରିବାକୁ ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ ଆର୍‌ଡି ଯନ୍ତ୍ରୀ ପ୍ରକାଶ ସେଠୀଙ୍କୁ ପଚାରିବାରୁ ସେ କହିଲେ, ସେହି କଲଭର୍ଟ କାମ ବ୍ଲକ କରିବା କଥା। କାରଣ ରାସ୍ତା ନିର୍ମାଣ ବେଳେ କଲଭର୍ଟଟି ଆମ ଏଷ୍ଟିମେଟ୍‌ରେ ନ ଥିବାରୁ ଏହା କରାଯାଇନାହିଁ। ତେବେ ଦିନେ ଦୁଇ ଦିନ ମଧ୍ୟରେ ଏସ୍‌ଡିଓଙ୍କ ସହ ଆଲୋଚନାକରି ଟେଣ୍ଡର ଡାକି ଏ ଦିଗରେ ପଦକ୍ଷେପ ନେବୁ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri