Posted inଜାତୀୟ

ବାରୁଦ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୫ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ, ୧୩।୬: ନାଗପୁର ସହରର ଏକ ବିସ୍ଫୋରକ ପଦାର୍ଥ ଉତ୍ପାଦନ କାରଖାନାରେ ହଠାତ୍‌ ବିସ୍ଫୋରଣ ହୋଇଛିା। ବିସ୍ଫୋରଣ ସମୟରେ ଅନେକ ଶ୍ରମିକ କାରଖାନା ଭିତରେ କାମ କରୁଥିଲେ। ପ୍ରାଥମିକ ସୂଚନା ଅନୁସାରେ, କାରଖାନାରେ କାର୍ଯ୍ୟ କରୁଥିବା ଅତି କମରେ ୪ରୁ ୫ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଶ୍ରମିକ ଆହତ ହୋଇଥିବା କୁହାଯାଉଛି। ବିସ୍ଫୋରଣ ସମ୍ପର୍କରେ ସୂଚନା ପାଇବା ପରେ ଅନେକ ଅଗ୍ନିଶମ ଗାଡ଼ି ଏବଂ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ଭିତରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଚଳାଇଥିବା ଜଣାପଡ଼ିଛି ।

ନାଗପୁରର ଧାମନା ଅଞ୍ଚଳରେ ଅବସ୍ଥିତ ଚାମୁଣ୍ଡି ବାରୁଦ କମ୍ପାନୀରେ ପ୍ରାୟ ୧.୩୦ ମିନିଟ୍‌ ସମୟରେ ଏହି ବିସ୍ଫୋରଣ ଘଟିଥିଲା। ଏହି ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ନିକଟସ୍ଥ ଅଞ୍ଚଳରେ ଏହାର ଶବ୍ଦ ଶୁଣିବାକୁ ମିଳିଥିଲା। ବିସ୍ଫୋରଣ ପରେ କାରଖାନାରେ ନିଆଁ ବ୍ୟାପି ଯାଇଥିଲା । ଧୂଆଁ ଏପରି ଉପରକୁ ଉଠିଥିଲା ଯେ କିଛି କିଲୋମିଟର ଦୂର ପର୍ଯ୍ୟନ୍ତ ଦେଖାଯାଇଥିଲା । ସ୍ଥାନୀୟ ଲୋକ ଏହି ବିସ୍ଫୋରଣ ସମ୍ପର୍କରେ ଅଗ୍ନିଶମ ବାହିନୀକୁ ସୂଚନା ଦେଇଥିଲେ । ଏହା ପରେ ଅନେକ ଅଗ୍ନିଶମ ଗାଡ଼ି ଶୀଘ୍ର ଘଟଣାସ୍ଥଳରେ ପହଞ୍ଚିଥିଲେ। କିଛି ଶ୍ରମିକଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠାଯାଇଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri