Posted inଜାତୀୟ

ବାରୁଦ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୫ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ, ୧୩।୬: ନାଗପୁର ସହରର ଏକ ବିସ୍ଫୋରକ ପଦାର୍ଥ ଉତ୍ପାଦନ କାରଖାନାରେ ହଠାତ୍‌ ବିସ୍ଫୋରଣ ହୋଇଛିା। ବିସ୍ଫୋରଣ ସମୟରେ ଅନେକ ଶ୍ରମିକ କାରଖାନା ଭିତରେ କାମ କରୁଥିଲେ। ପ୍ରାଥମିକ ସୂଚନା ଅନୁସାରେ, କାରଖାନାରେ କାର୍ଯ୍ୟ କରୁଥିବା ଅତି କମରେ ୪ରୁ ୫ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଶ୍ରମିକ ଆହତ ହୋଇଥିବା କୁହାଯାଉଛି। ବିସ୍ଫୋରଣ ସମ୍ପର୍କରେ ସୂଚନା ପାଇବା ପରେ ଅନେକ ଅଗ୍ନିଶମ ଗାଡ଼ି ଏବଂ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ଭିତରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଚଳାଇଥିବା ଜଣାପଡ଼ିଛି ।

ନାଗପୁରର ଧାମନା ଅଞ୍ଚଳରେ ଅବସ୍ଥିତ ଚାମୁଣ୍ଡି ବାରୁଦ କମ୍ପାନୀରେ ପ୍ରାୟ ୧.୩୦ ମିନିଟ୍‌ ସମୟରେ ଏହି ବିସ୍ଫୋରଣ ଘଟିଥିଲା। ଏହି ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ନିକଟସ୍ଥ ଅଞ୍ଚଳରେ ଏହାର ଶବ୍ଦ ଶୁଣିବାକୁ ମିଳିଥିଲା। ବିସ୍ଫୋରଣ ପରେ କାରଖାନାରେ ନିଆଁ ବ୍ୟାପି ଯାଇଥିଲା । ଧୂଆଁ ଏପରି ଉପରକୁ ଉଠିଥିଲା ଯେ କିଛି କିଲୋମିଟର ଦୂର ପର୍ଯ୍ୟନ୍ତ ଦେଖାଯାଇଥିଲା । ସ୍ଥାନୀୟ ଲୋକ ଏହି ବିସ୍ଫୋରଣ ସମ୍ପର୍କରେ ଅଗ୍ନିଶମ ବାହିନୀକୁ ସୂଚନା ଦେଇଥିଲେ । ଏହା ପରେ ଅନେକ ଅଗ୍ନିଶମ ଗାଡ଼ି ଶୀଘ୍ର ଘଟଣାସ୍ଥଳରେ ପହଞ୍ଚିଥିଲେ। କିଛି ଶ୍ରମିକଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠାଯାଇଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri